‘ଟଙ୍କା ବାଣ୍ଟୁଛନ୍ତି ବିଜେଡି ପ୍ରାର୍ଥୀ’

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଚଳିତ ପୌର ନିର୍ବାଚନରେ ଶାସକ ଦଳ ବିଜେଡି ଭୋଟ ହାତେଇବା ପାଇଁ ଟଙ୍କାକୁ ମୁଖ୍ୟ ଅସ୍ତ୍ର କରୁଥିବା ଭାଜପା ଅଭିଯୋଗ କରିଛି। ଏନେଇ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି ଫେରାଦ ହୋଇଛି। ଏହି ପ୍ରତିନିଧି ଦଳରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜୟନ୍ତ ଜେନା, ରାଜ୍ୟ ଭାଜପା ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ ସମ୍ପାଦକ ସିଦ୍ଧାର୍ଥ ଶଙ୍କର ପତି, ମହିଳା ମୋର୍ଚ୍ଚା ଗଣମାଧ୍ୟମ ସଂଯୋଜିକା ସୁଚରିତା ଜେନାମଣି ପ୍ରମୁଖ ସାମିଲ ଥିଲେ।
ଓବିସି ମୋର୍ଚ୍ଚା ସଭାପତି ବିଶ୍ୱାଳ କହିଛନ୍ତି, ପୌର ନିର୍ବାଚନ ପାଇଁ ରାଜ୍ୟବ୍ୟାପୀ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି। ଏହି ସମୟରେ ନିର୍ବାଚନ କିମ୍ବା ଭୋଟରଙ୍କୁ ପ୍ରଭାବିତ କଲା ଭଳି କୌଣସି କାଯର୍‌ୟକ୍ରମ ଉପରେ ନିଷେଧାଦେଶ ବଳବତ୍ତର ରହିଛି। କିନ୍ତୁ ଶାସକ ବିଜେଡିର ମନ୍ତ୍ରୀ ଓ ନେତାମାନେ ଏହାର ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି। ଭୁବନେଶ୍ୱର ମହାନଗର ନିଗମ ଅଧୀନ ଜାଗମରାର ୬୩ ନଂ ୱାର୍ଡରେ ବିଜେଡି ପ୍ରାର୍ଥତ୍ନୀ ରୁନୁ ଜେନା ଟଙ୍କା ବାଣ୍ଟି ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛନ୍ତି। ତେଣୁ ରାଜ୍ୟ ନିର୍ବାଚନ କମିଶନ ଏ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାଜପା ତରଫରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

୨୦୨୬ରେ ସାଢେସତିରୁ ଅଧିକ କଷ୍ଟ ପାଇବେ ଏହି ରାଶି, ଭୋଗିବେ ଆର୍ଥିକହାନି!

୨୦୨୫ ଶେଷ ହେବାକୁ ବସିଲାଣି। ଜ୍ୟୋତିଷମାନେ ଗ୍ରହ ଏବଂ ନକ୍ଷତ୍ରଗୁଡ଼ିକର ଗତିବିଧି ନିରୀକ୍ଷଣ କରୁଛନ୍ତି । ବର୍ତ୍ତମାନ ନୂତନ ବର୍ଷ ପାଇଁ ଭବିଷ୍ୟବାଣୀ କରୁଛନ୍ତି। ମୁଖ୍ୟତଃ...

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

ସମ୍ପୂର୍ଣ୍ଣ ଟିମ୍‌ ଉପରେ ଭାରି ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ

ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍‌ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ

ଭୁବନେଶ୍ୱର,୧୨ା୧୨: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri