୬ଜଣଙ୍କ କଟିଲା ଟିକେଟ୍‌, ବଦଳିଲା ବିଧାୟକଙ୍କ ଆସନ

ଭୁବନେଶ୍ୱର,୫।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ (BJD) । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛନ୍ତି । ୩ୟ ପର୍ଯ୍ୟାୟରେ ମୋଟ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି । କେବଳ ରାଉରକେଲା ଓ ସାଲେପୁରକୁ ଛାଡିଲେ ବାକି ସମସ୍ତ ଆସନରେ ପ୍ରାର୍ଥୀ ବଦଳାଇଛନ୍ତି ସୁପ୍ରିମୋ । ପ୍ରଥମ ପର୍ଯ୍ୟାୟରେ ୭୧ ଜଣ ବିଧାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଥିବା ବେଳେ ୨ୟ ପର୍ଯ୍ୟାୟରେ ୨୭ ଜଣ ଓ ତୃତୀୟ ପର୍ଯ୍ୟାୟରେ ୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି । ଏହି ପରି ଭାବେ ମୋଟ ୩ଟି ପର୍ଯ୍ୟାୟରେ ୧୦୮ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି ।

ତେବେ ୩ୟ ପର୍ଯ୍ୟାୟରେ ୯ଟି ସିଟ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିବା ବେଳେ ୭ଟି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀ ବଦଳାଇଛି ଦଳ । ଯେଉଁମାନଙ୍କୁ ୨୦୧୯ ନିର୍ବାଚନରେ ଦଳ ପ୍ରାର୍ଥୀ କରିଥିଲା ସେମାନଙ୍କୁ ଦଳ ପରିବର୍ତ୍ତନ କରିଛି । ରେଙ୍ଗାଲିରୁ ଦଳ ଏଖର ସୁଦର୍ଶନ ହରିପାଲଙ୍କୁ ପ୍ରାର୍ଥୀ କରିଛି । ୨୦୧୯ ନିର୍ବାଚନରେ ଏହି ଆସନ ଭାଜପା ଖାତାକୁ ଯାଇଥିଲା । ସେତେବେଳେ ବିଜେଡି ରୀନା ତନ୍ତିଙ୍କୁ ପ୍ରାର୍ଥୀ କରିଥିଲା ।

ସୁନ୍ଦରଗଡର ବୀରମିତ୍ରପୁରରେ ବିଜେଡି ଏଥର ରୋହିତ ଯୋଶେଫ ତିର୍କିଙ୍କୁ ପ୍ରାର୍ଥୀ କରିଛି । ୨୦୧୯ରେ ଦଳ ଏଠାରୁ ମଖଲୁ ଏକ୍କାଙ୍କୁ ପ୍ରାର୍ଥୀ କରିଥିବାବେଳେ ସେ ଭାଜପା ବିଧାୟକ ଶଙ୍କର ଓରାମଙ୍କ ଠାରୁ ପରାଜିତ ହୋଇଥିଲେ । ସେହିଭଳି କେନ୍ଦୁଝରରୁ ପ୍ରାର୍ଥୀ ହୋଇଛନ୍ତି ମୀନା ମାଝୀ । ୨୦୧୯ରେ ଏଠାରୁ ବିଜେଡି ପ୍ରାର୍ଥୀ ହୋଇଥିଲେ ମାଧମ ସଦାର । ସେହିପରି ରାଇରଙ୍ଗପୁରରୁ ପ୍ରାର୍ଥୀ ହୋଇଛନ୍ତି ରାଇସେନ ମୁର୍ମୁ । ୨୦୧୯ରେ ପ୍ରାର୍ଥୀ ହୋଇଥିବା ବାସନ୍ତୀ ମାରାଣ୍ଡି ଭାଜପା ବିଧାୟକ ନବ ଚରଣ ମାଝୀଙ୍କ ଠାରୁ ପରାସ୍ତ ହୋଇଥିଲେ ।

ବାରବାଟୀ କଟକରୁ ଦଳ ପ୍ରାର୍ଥୀ କରିଛି ପ୍ରକାଶ ବେହେରାଙ୍କୁ । ନିକଟରେ ସେ ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଥିଲେ । ୨୦୧୯ରେ ଏଠାରୁ ପ୍ରାର୍ଥୀ ହୋଇଥିଲେ ଦେବାଶିଷ ସାମନ୍ତରାୟ। କିନ୍ତୁ ଏହି ଆସନ କଂଗ୍ରେସ ଖାତାକୁ ଯାଇଥିଲା । ସେହିଭଳି ଜୟଦେବ ବିଧାୟକ ଅରବିନ୍ଦ ଢାଲି ଭାଜପାରେ ମିଶିବା ପରେ ସେଠାରୁ ଦଳ ଏବେ ନବକିଶୋର ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି । ଏଥର ସେ ଦଳୀୟ ଟିକେଟ ପାଇ ଢାଲିଙ୍କ ବିପକ୍ଷରେ ଲଢିବାକୁ ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?