ବିଜେଡି ମୋତେ ଧୋକା ଦେଇଛି: ସାଂଘାତିକ ଅଭିଯୋଗ ଆଣିଲେ ଛାତ୍ର ନେତା ହରିଶଙ୍କର

ଭୁବନେଶ୍ୱର,୮।୯: ଛାତ୍ର ବିଜେଡି ସଭାପତି ଚୟନକୁ ନେଇ ସଂଗଠନ ଭିତରେ କନ୍ଦଳ ଦେଖାଯାଇଛି। ଛାତ୍ର ବିଜେଡି ନେତା ହରିଶଙ୍କର ରାଉତ ଦଳ ଧୋକା ଦେଇଥିବା କହିଛନ୍ତି। ହରିଶଙ୍କର କହିଛନ୍ତି,୨୦୧୭, ୨୦୨୦, ୨୦୨୫ରେ କହିଲେ ସଭାପତି କରିବୁ, କଲେ ନାହିଁ। ଏବେ କହୁଛନ୍ତି ନିଷ୍ପତ୍ତି କିଏ ନେଇଛି ଆମେ ଜାଣିନୁ। ଦଳର ନିଷ୍ପତ୍ତି ବୋଧହୁଏ ଆଉ କିଏ ନେଉଛି। ବ୍ୟୋମକେଶଙ୍କୁ ପଚାରିବାରୁ ସେ କହିଲେ ମୁଁ ଜାଣିନାହିଁ ନିଷ୍ପତି କିଏ ନେଇଛି। ନବୀନ ବାବୁଙ୍କୁ ଦେଖାକରିବା ପାଇଁ ମଧ୍ୟ ସୁଯୋଗ ନାହିଁ । ଏତେ ବର୍ଷ ଦଳରେ କାମ କରି ସଭାପତିଙ୍କୁ ଦେଖା କରିପାରୁନାହିଁ। ଦଳର ନିଷ୍ପତ୍ତି ବର୍ତ୍ତମାନ କିଏ ନେଉଛି, ତାହା ସମସ୍ତଙ୍କୁ ଜଣାପଡ଼ଛି।

ରାଜ୍ୟରେ ଛାତ୍ର ସଂଗଠନ ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ ସଭାପତି ଚୟନ କରିଥିଲା। ଯୁବନେତ୍ରୀ ଇପ୍ସିତା ସାହୁଙ୍କୁ ଏହି ଦାୟିତ୍ୱ ଦେଇଥିଲା। ଏଥି ସହିତ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଅନ୍ୟ ୪ ଜଣ ନେତାଙ୍କୁ ଛାତ୍ର ବ୍ୟାପାର ଦାୟିତ୍ୱ ଦେଇଥିଲେ। ସେମାନେ ହେଲେ ଦେବେଶ ଆଚାର୍ଯ୍ୟ, ଦେବୀ ରଂଜନ ତ୍ରିପାଠୀ, ଶୁଭାଶିଷ ଖୁଣ୍ଟିଆ ଓ ସୌଭିକ ବିଶ୍ବାଳ। ସେହିପରି ଚିନ୍ମୟ ସାହୁଙ୍କୁ ବିଜେଡି ସୁପ୍ରିମୋ ବିଜୁ ଯୁବ ଜନତା ଦଳର ସଭାପତି ଭାବେ ନିଯୁକ୍ତି କରାଯାଇଥିଲା। ଏହି ଘୋଷଣା ପରଠାରୁ ବିଜେଡି ଛାତ୍ର ନେତାଙ୍କ ମଧ୍ୟରେ ଗୋଷ୍ଠୀକନ୍ଦଳ ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri