ତାରାଙ୍କ ସମର୍ଥନରେ ବାହାରିଲା ବିଜେଡି, ନଇଁଲା ଶାସକ ଦଳ

ଭୁବନେଶ୍ୱର,୧୨ା୩: ବରିଷ୍ଠ ନେତା ତଥା କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମର୍ଥନରେ ବାହାରିଛି ବିଜେଡି। ତାରାଙ୍କ ନିଲମ୍ବନକୁ ଘୋର ବିରୋଧ କରିଛି ବିଜେଡି। ନିଲମ୍ବନ ପ୍ରତ୍ୟାହାର ପାଇଁ ବିଜେଡି ବିଧାୟକ ବାଚସ୍ପତିଙ୍କୁ ଭେଟିଛନ୍ତି।
ଅନ୍ୟପକ୍ଷରେ ବିଜେଡି କଂଗ୍ରେସ ସପକ୍ଷରେ ବାହାରିବା ଦେଖି ଶାସକ ଦଳ ନଇଁଛି। କଂଗ୍ରେସକୁ ବୁଝାଶୁଝା କରିଛି ଶାସକ ଦଳ। ଗୃହ ପରିତ୍ୟାଗ କରିଥିବା କଂଗ୍ରେସ ସଦସ୍ୟଙ୍କୁ ଗୃହକୁ ଫେରାଇ ଆଣିବା ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ବୁଝାଇଥିବାବେଳେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ବୁଝାଶୁଝା କରିଛନ୍ତି।

ଗୃହରେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ମଙ୍ଗଳବାର ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ହାତାହାତି ହୋଇଥିଲେ।  ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍‌ପେଣ୍ଡ କରାଯାଇଛି। ବିଶୃଙ୍ଖଳିତ ଆଚରଣ ପାଇଁ ସସ୍‌ପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ବିଧାନସଭାରେ କାଲି ବାଚସ୍ପତିଙ୍କ ପୋଡ଼ିୟମ ମାଇକ ଭାଙ୍ଗିଥିଲେ ତାରା।  ଗୃହରେ ହଙ୍ଗାମା କରିଥିଲେ। ଏନେଇ ତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

କଂଗ୍ରେସର ବରିଷ୍ଠ ବିଧାୟକ ତାରା ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଥିଲେ। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି ପ୍ରତିକ୍ରିୟା ଦେଉଛନ୍ତି। ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ ତା’ପରେ ଉତ୍ତରାଞ୍ଚଳ ଏହି ପରି ଭାବେ ଓଡ଼ିଶାକୁ ଭାଗ ଭାଗ କରିଦେବା କି ବୋଲି ତାରା ଜୟନାରାୟଣଙ୍କୁ ପ୍ରଶ୍ନ କରିଥିଲେ। ଜୟ ଦାଦା ଟିକେ ଅସନ୍ତୁଷ୍ଟ ଅଛନ୍ତି, ତାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ଦିଅନ୍ତୁ ସେ ଆଉ ଏପରି ମନ୍ତବ୍ୟ ଦେବେ ନାହିଁ। ତାଙ୍କ ଦଳରେ ପାଣ୍ଡିଆନ କଥା ପ୍ରଥମେ ଉଠାଇଥିବା ଲୋକ ଯିଏ କି ତାଙ୍କୁ ଆଜି ଦଳ ଅଣଦେଖା କରୁଛି ବୋଲି ତାରା ତାଙ୍କୁ ତାତ୍ସଲ୍ୟ କରି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

Pahalgam Terror Attack Update: ଘାଟିରୁ ଅଟକ ହେଲେଣି ୧୫ଶହରୁ ଅଧିକ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି।...

BJD: ରାଜ୍ୟ ସଭାରେ ଓ୍ବକଫ୍‌ ବିଲ୍‌ ଭୋଟିଂକୁ ନେଇ ଆଜି ସତ କହିଦେଲେ ସୁଲୋତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୩।୪: ୱକଫ୍‌ ଭୋଟିଂକୁ ତାତି ଟିକିଏ କମିଥିବାବେଳେ ପୁଣି ବଡ଼ ବୟାନ ଦେଇଛନ୍ତି ବିଜେଡି ରାଜ୍ୟ ସଭା ଏମପି ସୁଲତା ଦେଓ। ଏପ୍ରିଲ ୪ରେ ରାଜ୍ୟ...

ଆମ କଳିକା କେନ୍ଦ୍ର ଉଦ୍‌ଘାଟିତ: ଶିଶୁମାନଙ୍କ ଲାଳନପାଳନରେ ହେବ ସହାୟକ

କେନ୍ଦୁଝର,୨୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକେ ଆମ କଳିକା କେନ୍ଦ୍ର (କ୍ରେଚ୍‌) କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି।...

Gold: ସୁନାଦର ଖସିବା ଭିତରେ ଆସିଲା ବଡ଼ ଖବର: ଅକ୍ଷୟ ତୃତୀୟାରେ ଏତେ ଶସ୍ତାରେ ମିଳିବ ସୁନା! ମେକିଂଚାର୍ଜ ପାଇଁ…

ନୂଆଦିଲ୍ଲୀ,୨୩।୫: ଅକ୍ଷୟ ତୃତୀୟା ପାଇଁ ଆଉ ମାତ୍ର କିଛି ଦିନ ବାକି ଅଛି। ଏହି ଦିନ ସୁନା କିଣିବା ବହୁତ ଶୁଭ ବୋଲି ବିବେଚନା କରାଯାଏ।...

ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପୂର୍ବ ସୂଚନାଗୁଡ଼ିକ…

ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri