Posted inରାଜ୍ୟ

ହାରିଲେ ବିଜେଡି, କଂଗ୍ରେସ, ଭାଜପା ସଭାପତି

ଭୁବନେଶ୍ୱର,୪ା୬(ଅନିଲ ଦାସ): ଚଳିତ ନିର୍ବାଚନର ଫଳାଫଳ ଅତ୍ୟନ୍ତ ରୋମାଞ୍ଚକ ହୋଇଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସଭାପତି ଏହି ନିର୍ବାଚନରେ ହାରି ଯାଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ହାରିଯାଇଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କଠାରୁ ୧୬,୩୨୧ ଖଣ୍ଡ ଭୋଟରେ ପରାସ୍ତ ହୋଇଛନ୍ତି। ଲକ୍ଷ୍ମଣଙ୍କୁ ମୋଟ ୯୦, ୫୯୪ ଖଣ୍ଡ ଭୋଟ ମିଳିଥିବା ବେଳେ ନବୀନଙ୍କୁ ୭୪,୨୭୩ ଖଣ୍ଡ ଭୋଟ ମିଳିଛି।

ସେହିପରି ରାଜ୍ୟ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କଠାରୁ ୪୬, ୩୨୧ ଖଣ୍ଡ ଭୋଟରେ ହାରି ଯାଇଛନ୍ତି। ଢୋଲକିଆଙ୍କୁ ୬୧ ହଜାର ୮୮୨ ଖଣ୍ଡ ଭୋଟ ମିଳିଥିବା ବେଳେ ଶରତଙ୍କୁ ମାତ୍ର ୧୫ ହଜାର ୫୦୧ ଖଣ୍ଡ ଭୋଟ ମିଳିଛି । ସେହିପରି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କୁ ପରାଜୟର ମୁହଁ ଦେଖିବାକୁ ପଡିଛି। ରାଜ୍ୟରେ ଭାଜପା ବହୁମତ ପାଇ ସରକାର ଗଢ଼ିବାକୁ ଯାଉଥିବା ବେଳେ ଖବର ଲେଖା ହେବା ବେଳକୁ ମନମୋହନ ବିଜେଡି ପ୍ରାର୍ଥୀ ବ୍ୟୋମୋକେଶ ରାୟଙ୍କ ଠାରୁ ୧୯୨୨ ଖଣ୍ଡ ଭୋଟରେ ପଛରେ ରହିଛନ୍ତି। ବ୍ୟୋମୋକେଶ ୮୨,୧୫୯ ଖଣ୍ଡ ଭୋଟ ପାଇଥିବା ବେଳେ ମନମୋହନ ୮୦ ହଜାର ୨୩୭ ଖଣ୍ଡ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri