ବିଜେଡି, କଂଗ୍ରେସ ପ୍ରାର୍ଥୀ ତାଲିକା: କାହାକୁ ମିଳିବ ଟିକେଟ୍‌ କିଏ ପଡ଼ିବେ ବାଦ୍‌

ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ଭାଜପାର ପ୍ରାର୍ଥୀ ଘୋଷଣା ପରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ତାଲିକା ଉପରେ ନଜର ରହିଛି । ଏଥିରେ କାହାକୁ ଟିକେଟ୍‌ ମିଳବ କିଏ ବାଦ୍‌ ପଡ଼ିବେ ତାହାଉପରେ ନଜର ରହିଛି। ଭାଜପା ବିଭିନ୍ନ ଲୋକସଭା ଆସନ ପାଇଁ ହେଭି ୱେଟ୍‌ଙ୍କୁ ପ୍ରାର୍ଥୀ କରିଛି। ପରେ ବିଜେଡି ଓ କଂଗ୍ରେସର ପ୍ରାର୍ଥୀଙ୍କ ନାଁ ଘୋଷଣା ପରେ ନିର୍ବାଚନୀ ମାହୋଲ ସରଗରମ ହେବ। ଖୁବ୍‌ ଶୀଘ୍ର କଂଗ୍ରେସ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ବୋଲି ଦଳ କହୁଥିବାବେଳେ ବିଭିନ୍ନ ସମୟରେ ବରିଷ୍ଠ ନେତାଙ୍କୁ ନେଇ ନବୀନ ନିବାସରେ ଟିକେଟ୍‌ କସରତ ଚାଲିଛି । ପୂର୍ବରୁ କୁହାଯାଉଥିଲା, ପ୍ରଦେଶ କଂଗ୍ରେସ କମିଟି ପଠାଇଥିବା ତାଲିକା ଉପରେ ବିଚାର କରି ଖୁବଶୀଘ୍ର ପ୍ରାର୍ଥୀ ତାଲିକା ଘୋଷଣା କରିବ କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି । ଚତୁର୍ଥ ପର୍ଯ୍ୟାୟରେ ଓଡ଼ିଶାର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ । ମାତ୍ର ସେହିପରି କିଛି ହୋଇନାହିଁ । ଯାହା କଂଗ୍ରେସ ନେତାଙ୍କ ଉକ୍ତଣ୍ଠାକୁ ଆହୁରି ବଢ଼ାଇ ଦେଇଛି । ତେବେ ଯୋଗ୍ୟ ପ୍ରାର୍ଥୀଙ୍କ ଚୟନ ପାଇଁ ସମୟ ଲାଗୁଥିବା କହିଛନ୍ତି କଂଗ୍ରେସର ବରିଷ୍ଠ ନେତା । ଏଥିସହ ଖୁବଶୀଘ୍ର ପାର୍ଥୀ ତାଲିକା ଆସିବ ବୋଲି କୁହାଯାଉଛି।
ଅନ୍ୟପକ୍ଷେ ରାଜନୀତି ସମୀକ୍ଷକ କହିଛନ୍ତି ଭାଜପା ଓ ବିଜେଡି ପ୍ରାର୍ଥୀ ଘୋଷଣାକୁ କଂଗ୍ରେସ ଅପେକ୍ଷା କରିଥାଇପାରେ । ଏପରିକି ଉଭୟ ଦଳର ପ୍ରାର୍ଥୀ ଘୋଷଣାକୁ ନେଇ କଂଗ୍ରେସ ନଜର ରଖିଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri