ବଡ଼ ବୟାନ ଦେଲେ ଭକ୍ତ ଦାସ; ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ, ମେଣ୍ଟ…

ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ): ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ। ଜିଲା ପରିଷଦ ସିଟ୍‌ ପାଇଁ ହୋଇପାରେ ବୁଝାମଣା। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ବୟାନ ପରେ ବଢ଼ିଛି ଚର୍ଚ୍ଚା। ରାଜ୍ୟ ସଭା ନିର୍ବାଚନଠାରୁ ରାଜ୍ୟରେ ବିଜେଡି-କଂଗ୍ରେସ ମେଣ୍ଟ ଚର୍ଚ୍ଚା ଲାଗିରହିଥିବାବେଳେ ଏବେ ପିସିସି ସଭାପତିଙ୍କ ପ୍ରତିକ୍ରିୟା ନିଆଁରେ ଘିଅ ଢାଳିଛି। ଭକ୍ତ କହିଛନ୍ତି, ହାଇକମାଣ୍ଡ ଚାହିଁଲେ ମେଣ୍ଟ ହୋଇପାରେ। ଖଡ଼ଗେ, ରାହୁଲ ଗାନ୍ଧୀ ଏବଂ ନବୀନ ଚାହିଁଲେ ଏକାଠି ଲଢ଼ିପାରୁ। ଆସନ୍ତା ପଞ୍ଚାୟତ ନିର୍ବାଚନରେ ଭାଜପାକୁ ଚେକ୍‌ ଦେବା ପାଇଁ କଂଗ୍ରେସ ଓ ବିଜେଡି ମଧ୍ୟରେ ମେଣ୍ଟ ଚର୍ଚ୍ଚା ଜୋର୍‌ ଧରିଛି।

ରବିବାର ଖୋର୍ଦ୍ଧାରେ କଂଗ୍ରେସ କାର୍ଯ୍ୟାଳୟ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗଦେଇ ଏଥିରେ ଛୁଙ୍କ ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପୂର୍ବରୁ ଦଳ ଏକାକୀ ଲଢ଼ିବ କହୁଥିବା ଭକ୍ତ ଏବେ ୟୁ-ଟର୍ନ ମାରିଛନ୍ତି। ଆଗରୁ କହୁଥିଲେ ପ୍ରସଙ୍ଗଭିତ୍ତିକ ସମର୍ଥନ। ଏବେ କହୁଛନ୍ତି ହାଇକମାଣ୍ଡ ଚାହିଁଲେ ମେଣ୍ଟ ହେବ। ରାଜ୍ୟ ସଭା ନିର୍ବାଚନରୁ ବିଜେଡି-କଂଗ୍ରେସ ଭିତରେ ପଡ଼ିଥିବା ମେଣ୍ଟ ସମ୍ପର୍କର ମୂଳଦୁଆ ଆଗକୁ ସ୍ଥାୟୀ ରୂପ ନେଉଥିବା ପିସିସି ସଭାପତିଙ୍କ ବୟାନରୁ ଜଣାପଡିଛି।

ଆଗରୁ ଯାହା ଚର୍ଚ୍ଚା ହେଉଥିଲା, ଏବେ ମେଣ୍ଟ ହୋଇପାରେ ବୋଲି ଖୋଦ୍‌ ପିସିସି ସଭାପତିଙ୍କ ବୟାନ ପରେ ଚର୍ଚ୍ଚା ଆହୁରି ଜୋର୍‌ ଧରିଛି । ସେପଟେ ପିସିସି ସଭାପତିଙ୍କ ମେଣ୍ଟ ଆକଳନକୁ ପରୋକ୍ଷରେ ସମର୍ଥନ କରିଛନ୍ତି ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର। ସେ କହିଛନ୍ତି, ସମ୍ଭାବନା ସବୁକ୍ଷେତ୍ରରେ ରହିଛି। ସ୍ଥିତିକୁ ଦେଖି ରାଜ୍ୟ ସ୍ବାର୍ଥ ଅନୁଯାୟୀ ସଭାପତି ନବୀନ ପଟ୍ଟନାୟକ ନିଷ୍ପତ୍ତି ନେବେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri