ଝାଡାବାନ୍ତି ପ୍ରଭାବିତ ଅଞ୍ଚଳରେ ବିଜେଡ଼ି, କଂଗ୍ରେସ ଟିମ୍‌: ସରକାରୀ ବିଫଳତା ସହ ଡାକ୍ତର ପଦବୀ ଖାଲି ନେଇ…

ଦିଗପହଣ୍ଡି/ପାଟପୁର,୨୪ା୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ସାନଖେମୁଣ୍ଡି ବ୍ଲକ୍‌ ଟି.ଗୋବିନ୍ଦପୁର ପଞ୍ଚାୟତ ଦାମପୁର ଗାଁରେ ଝାଡାବାନ୍ତିରେ ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ପାଖରେ ଗୁରୁବାର ରାଜ୍ୟ ବିଜେଡି ନେତୃମଣ୍ଡଳୀ ପହଞ୍ଚି ଆଶ୍ୱାସନା ଦେଇଥିଲେ। ପରେ ସେମାନେ ଗ୍ରାମବାସୀଙ୍କ ସହ ଆଲୋଚନା କରିବାସହ ଉପସ୍ଥିତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। ଗ୍ରାମ ନିକଟସ୍ଥ ପୋଡ଼ାମାରି ଓ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଦୀର୍ଘବର୍ଷ ହେଲା ଡାକ୍ତର ଓ ଫାର୍ମାସିଷ୍ଟ ପଦବୀ ଖାଲି ପଡିଥିବାରୁ ସରକାରୀ ବିଫଳତାକୁ ସମାଲୋଚନା କରିଥିଲେ। ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ଖବର ପାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧିଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡି ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ନେତୃତ୍ୱରେ ଗଞ୍ଜାମ ଜିଲା ବିଜେଡିର ସମସ୍ତ ନେତୃ ମଣ୍ଡଳୀ ଗ୍ରାମରେ ପହଞ୍ଚି ୩ ମୃତକଙ୍କ ପରିବାର ଲୋକଙ୍କୁ ଭେଟି ୧୦ ହଜାର ଲେଖାଏଁ ଏବଂ ଚିକିତ୍ସିତ ହେଉଥିବା ବ୍ୟକ୍ତିଙ୍କ ପର ିବାରଙ୍କୁ ୫ ହଜାର ଲେଖାଏଁ ସହାୟତା ପ୍ରଦାନ କରିଥିଲେ। ବିଜେଡି ଜିଲା ସଭାପତି ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପୂର୍ବତନ ଏମପି ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ, ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ଲତିକା ପ୍ରଧାନ, ରଞ୍ଜିତା ସାହୁ, ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଶ୍ରୀକାନ୍ତ ସାହୁ, ସୁବାସ ବେହେରା, ସୁବାସ ମହାରଣା, ଯୋଗେନ୍ଦ୍ର ସ୍ବାଇଁ, ଦନାର୍ଦ୍ଦନ ପୋଲାଇ, ବ୍ଲକ ଅଧ୍ୟକ୍ଷ ସିମାଞ୍ଚଳ ପାତ୍ର, ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନ ପ୍ରମୁଖ ଦାମପୁରରେ ପହଞ୍ଚିଥିବା ବେଳେ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ଉପସଭାପତି ତଥା ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ଝାଡା ବାନ୍ତିରେ ପ୍ରଭାବିତ ପରିବାରଙ୍କୁ ଭେଟି ୩ ଜଣ ମୃତକଙ୍କ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଥିଲେ। ଚିକିତ୍ସିତ ବ୍ୟକ୍ତିଙ୍କୁ ମଧ୍ୟ ସହାୟତା ପ୍ରଦାନ କରିଥିଲେ। ଶୁଦ୍ଧି କ୍ରିୟା ପାଇଁ ଆବଶ୍ୟକ ଲୁଗା, ଚାଉଳ, ପନିପରିବା, ରାସନ୍‌ ସାମଗ୍ରୀ ମଧ୍ୟ ଯୋଗାଇ ଦେବା ପାଇଁ ଉପସ୍ଥିତ ଦଳୀୟ ନେତୃବୃନ୍ଦଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବିଧାୟକଙ୍କ ସହ ବ୍ଲକ କଂଗ୍ରେସ କମିଟି ସଭାପତି ବାବୁଲା ଦୋରା, ନିରାକାର ପ୍ରଧାନ, ମୁକୁନ୍ଦ ବରାଡ, ରୋହିତ ଖୁଣ୍ଟିଆଙ୍କ ସମେତ ବହୁ ଦଳୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ। ସେହିପରି ଭାଜପା ଘୁମୁସର ଜିଲା ସଭାପତି ବିଜୟ ସ୍ବାଇଁ ଦଳୀୟ ନେତୃବୃନ୍ଦଙ୍କ ସହ ଦାମପୁର ଗାଁରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିବା ସହ ପ୍ରଭାବିତ ପରିବାରଙ୍କୁ ଭେଟି ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri