ମଦମୃତ୍ୟୁ ମାମଲାକୁ ଗୃହରେ ଉଠାଇବେ ବିଜେଡି, କଂଗ୍ରେସ

ଭୁବନେଶ୍ୱର, ୨୬ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଥିବାବେଳେ ଗୃହରେ ବିଭିନ୍ନ ପ୍ରସଙ୍ଗକୁ ଧରି ଶାସକ ଦଳକୁ ଘେରିବା ଲାଗି ବିରୋଧୀ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ବିଜେଡି ବିଧାୟକ ଦଳ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଛି। ଦଳର ସମସ୍ତ ବିଧାୟକଙ୍କୁ ସେମାନଙ୍କ ମତ ରଖିବାକୁ ନବୀନ ପ୍ରସ୍ତାବ ଦେଇଥିଲେ। କେଉଁସବୁ ପ୍ରସଙ୍ଗ ଗୃହରେ ଉପସ୍ଥାପିତ ହେବା ଦରକାର ବୋଲି ନବୀନ ସମସ୍ତଙ୍କୁ ପଚାରିଥିଲେ। ଏହାପରେ ବିଧାୟକମାନେ ନିଜ ନିଜର ମତ ଉପସ୍ଥାପିତ କରିଛନ୍ତି। ଏକାଧିକ ପ୍ରସଙ୍ଗ ଧରି ବିଜେଡି ଗୃହକୁ ଓହ୍ଲାଇବାକୁ ଯୋଜନା କରିଥିବା ବେଳେ ମୁଖ୍ୟତଃ ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟିବା ବିଷୟ ଉପରେ ବିଶେଷ ଗୁରୁତ୍ୱ ଦେବ। ଏହାବାଦ୍‌ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ବୃଦ୍ଧି, ମଦ ମୃତ୍ୟୁ, ମହିଳାଙ୍କ ପ୍ରତି ରାଜ୍ୟରେ ବଢୁଥିବା ଅତ୍ୟାଚାର, ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଆଦି ବିଷୟକୁ ନେଇ ବିଜେଡି ଶାସକ ଦଳକୁ ଘେରିବାକୁ ଯୋଜନା କରିଛି।
ଶାସକ ଭାଜପାକୁ ବିଭିନ୍ନ ପ୍ରସଙ୍ଗରେ ଗୃହରେ ଘେରିବ କଂଗ୍ରେସ। ଏନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ଅଧ୍ୟକ୍ଷତାରେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। କନ୍ଧମାଳରେ ଅନାହାର ଯୋଗୁ ମୃତ୍ୟୁ, ବଲାଙ୍ଗୀର ଓ ରାୟଗଡା ଜିଲାରେ ଶିଶୁ ବିକ୍ରି ଘଟଣା, ଗନ୍ଧମାର୍ଦ୍ଦନ ପର୍ବତକୁ ଆଦାନୀକୁ ହସ୍ତାନ୍ତର କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଅହେତୁକ ଅନୁକମ୍ପା, ଏନ୍‌ଇଇଟି ଓ ଆର୍‌ଆଇ ପରୀକ୍ଷାରେ ଅନିୟମିତତା, ବାତ୍ୟା ଦାନାର କ୍ଷୟକ୍ଷତି ଆକଳନରେ ଅନିୟମିତତା, ପେସା ଆଇନ ଓ ଆଦିବାସୀ ସମସ୍ୟା, ସର୍ବଶିକ୍ଷା ଅଭିଯାନରେ ବିଧେୟ ହୋଇଥିବା ନୂଆ ଆଇନ ବାଟବଣା, ଜମି ଅଧିଗ୍ରହଣରେ ଅନିୟମିତତା, ବେକାରି ସମସ୍ୟା, ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ସ୍ଥିତି ଓ ଦରଦାମ୍‌ ବୃଦ୍ଧି ପ୍ରସଙ୍ଗ ନେଇ ଶାସକ ଭାଜପାକୁ ଘେରିବାକୁ କଂଗ୍ରେସ ଯୋଜନା ପ୍ରସ୍ତୁତ କରିଛି।
ଉଭୟ ବିଜେଡି ଏବଂ କଂଗ୍ରେସ ଉଠାଇବାକୁ ଥିବା ପ୍ରସଙ୍ଗର ମୁକାବିଲା ଲାଗି ଭାଜପା ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଭାଜପା ବିଧାୟକ ବାବୁ ସିଂ କହିଛନ୍ତି। ସୋମବାର ଭାଜପାର ବିଧାୟକ ଦଳ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଏଥିରେ ଗତ ୨୪ ବର୍ଷରେ ବିଜେଡି ଦୁର୍ନୀତି ବିଷୟରେ ଦଳ ଉଠାଇବ ବୋଲି ଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri