ବିଜେଡିର କାଉଣ୍ଟଡାଉନ୍‌ ଆରମ୍ଭ: ମୋଦି

ବଲାଙ୍ଗୀର, ୧୨ା୫(ବୀରେନ୍ଦ୍ର କୁମାର ଝାଙ୍କର)ଓଡ଼ିଶାରେ ବିଜେଡି ସରକାରର କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଜୁନ୍‌ ୪ ହେଉଛି ବିଜେଡିର ଏକ୍ସପାଏରୀ ଡେଟ୍‌। ଜୁନ୍‌ ୧୦ରେ ଓଡ଼ିଶା ମାଟିରେ ଜନ୍ମ ହୋଇଥିବା, ଓଡ଼ିଆ ସଂସ୍କୃତି ଓ ଅସ୍ମିତା ବୁଝୁଥିବା ବ୍ୟକ୍ତି ଭାଜପା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଜୁନ୍‌୧୦ରେ ଭୁବନେଶ୍ୱରଠାରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାବେଶରେ ଯୋଗଦେବାକୁ ଉପସ୍ଥିତ ଜନସାଧାରଣଙ୍କୁ ସେ ନିମନ୍ତ୍ରଣ ଦେବାକୁ ଆସିଛନ୍ତି ବୋଲି ବଲାଙ୍ଗୀର ସହର ଉପକଣ୍ଠ ପଥରଚେପାସ୍ଥିତ ପଡ଼ିଆରେ ଶନିବାର ଆୟୋଜିତ ଭାଜପା ବିଜୟ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ। ସମାବେଶରେ ଲୋକଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦି ବିଜେଡି ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶାଣିତ ଆକ୍ରମଣ କରିଥିଲେ। ଓଡ଼ିଶାର ଭୋଟର ସ୍ବାଭିମାନୀ, ଏଣୁ ଓଡିଶାରେ ଏଥର ଡବଲ ଇଞ୍ଜିନର ସରକାର ଗଠନ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଥିଲେ। ସେ କହିଥିଲେ ଯେ, ଓଡ଼ିଶାରେ ଭାଜପା ସରକାର କଲେ ଧାନ କୁଇଣ୍ଟାଲ ପିଛା ୩୧ଶହ ଟଙ୍କା ହେବ। ରାଜ୍ୟର ମହିଳାମାନଙ୍କୁ ଲକ୍ଷପତି ଦିଦି କରାଯିବ। ଓଡ଼ିଶାରେ ସୁଭଦ୍ରା ଯୋଜନାରେ ମହିଳାମାନେ ଲାଭବାନ୍‌ ହେବେ।
ଆଗାମୀ ନିର୍ବାଚନ ଓଡ଼ିଶା ପାଇଁ ବହୁ ଗୁରୁତ୍ୱପୂର୍ଣ୍ଣ ବୋଲି କହି ଲୋକଙ୍କୁ ପ୍ରଥମେ ମତଦାନ ପରେ ଜଲ୍‌ପାନ୍‌ ନାରା ଦେଇ ଗୁରୁତ୍ୱ ବୁଝାଇଥିଲେ। ଏହି ଅବସରରେ ଭାଜପା ଓଡ଼ିଆ ଆଦିବାସୀ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଦେଶର ରାଷ୍ଟ୍ରପତି କରିବା ପରେ କିଭଳି ସାରା ବିଶ୍ୱରେ ଭାରତ ଏବଂ ଓଡ଼ିଶାର ଗୌରବ ବଢ଼ିଛି ପ୍ରଧାନମନ୍ତ୍ରୀ ମୋଦି କହିଥିଲେ। ବଲାଙ୍ଗୀର ସଭାରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ମହାପୁରୁଷ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ନାମ ସ୍ମରଣ କଲାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ନାମ ଉଚ୍ଚାରଣ କରିବା ସହ ଜିଲାର ବିଶିଷ୍ଟ ସାହିତି୍ୟକ ନରସିଂହ ପ୍ରସାଦ ଗୁରୁଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କଥା ଉଲ୍ଲେଖ କରିଥିଲେ। ବଲାଙ୍ଗୀରର ବିଜୟ ସଂକଳ୍ପ ସମାବେଶରେ ଦିନ ପ୍ରାୟ ୧୨ଟା ୨୦ ମିନିଟ୍‌ରେ ପ୍ରଧାନମନ୍ତ୍ରୀ ମୋଦି ହେଲିକପ୍ଟର ଯୋଗେ ଫୁଲବାଣୀରୁ ବଲାଙ୍ଗୀର ଆସି ପହଞ୍ଚତ୍ଥିଲେ। ବରିଷ୍ଠ ଭାଜପା ନେତା ତଥା ପାଟଣାଗଡ଼ ବିଧାୟକ ପ୍ରାର୍ଥୀ କନକବର୍ଦ୍ଧନ ସିଂଦେଓ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବା ସହ ବକ୍ତବ୍ୟ ରଖିବାକୁ ଅନୁରୋଧ କରିଥିଲେ। ଏହି ସଭାରେ ବଲାଙ୍ଗୀର ଲୋକ ସଭା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ, ପାଟଣାଗଡ ବିଧାୟକ ପ୍ରାର୍ଥୀ କନକବର୍ଦ୍ଧନ ସିଂଦେଓ, ଲୋଇସିଂହା ବିଧାୟକ ପ୍ରାର୍ଥୀ ଡ. ମୁକେଶ ମହାଲିଙ୍ଗ, କଣ୍ଟାବାଞ୍ଜି ବିଧାୟକ ପ୍ରାର୍ଥୀ ଲକ୍ଷ୍ମଣ ବାଗ, ଟିଟିଲାଗଡ଼ ବିଧାୟକ ପ୍ରାର୍ଥୀ ନବୀନ ଜୈନ, ବଲାଙ୍ଗୀର ବିଧାୟକ ପ୍ରାର୍ଥୀ ଗୋପାଲଜୀ ପାଣିଗ୍ରାହୀ, ସୋନପୁର ବିଧାୟକ ପ୍ରାର୍ଥ ପ୍ରମୋଦ ମହାପାତ୍ର ଓ ବୀରମହାରାଜପୁର ବିଧାୟକ ପ୍ରାର୍ଥୀ ରଘୁନାଥ ଜଗଦଲା, ଜିଲା ଭାଜପା ସଭାପତି ଶିବାଜୀ ମହାନ୍ତି, ସାଂସଦଙ୍କ ଝିଅ ନିଭ୍ରିତି କୁମାରୀ ସିଂଦେଓ ମେୱାର ଓ ଅନ୍ୟମାନେ ମଞ୍ଚାସୀନ ଥିଲେ। ବଲାଙ୍ଗୀର ସଭା ପରେ ପ୍ରଧାନମନ୍ତ୍ରୀ ବରଗଡ ନିର୍ବାଚନୀ ସଭାକୁ ଯୋଗଦେବାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri