Posted inରାଜ୍ୟ

ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ସବୁ ଜାଣି ଅଜଣା ହେଉଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦।୧(ଅନିଲ ଦାସ)-ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ସବୁ ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ସରକାରଙ୍କ ମିନି ରତ୍ନ ସଂସ୍ଥା କରିଛି ଶିକ୍ଷକ ନିଯୁକ୍ତି। ଟୁଇଟ୍‌ ଜରିଆରେ ଧର୍ମେନ୍ଦ୍ରଙ୍କୁ ଏଭଳି ଜବାବ ଦେଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ।

ପ୍ରଣବ କହିଛନ୍ତି ଯେ ଧର୍ମେନ୍ଦ୍ର ଭାଇ ବୋଧେ ଜାଣିନାହାନ୍ତି କିମ୍ବା ଜାଣିକି ନାଟକ କରୁଛନ୍ତି। ଶିକ୍ଷକ ନିଯୁକ୍ତିର ପୂରାପ୍ରକ୍ରିୟା କେନ୍ଦ୍ରୀୟ ସଂସ୍ଥା ଇଡିସିଆଇଏଲ୍‌ ଜରିଆରେ କରାଯାଇଛି, ଯାହା ଆପଣଙ୍କ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଛି। ଏହି କେନ୍ଦ୍ରୀୟ ସଂସ୍ଥାଟି ‘ମିନି ରତ୍ନ’ ବର୍ଗରେ ଆସୁଛି। ଆପଣ କ’ଣ କହିବାକୁ ଚାହୁଛନ୍ତି ଯେ ଆପଣଙ୍କ ନିଜସ୍ବ ସଂସ୍ଥା ନିଯୁକ୍ତି ପ୍ରକ୍ରିୟାରେ ଜାଲିଆତି କରିଛି ।

ପ୍ରଣବ ପୁଣି ଦର୍ଶାଇଛନ୍ତି ଯେ କେନ୍ଦ୍ରୀୟ ସଂସ୍ଥା ଇଡିସିଆଇଏଲ୍‌ କେନ୍ଦ୍ରୀୟ ବିଦ୍ୟାଳୟଠାରୁ ଆରମ୍ଭ କରି ଜବାହର ନବୋଦୟ ବିଦ୍ୟାଳୟ, ଏମ୍ସ, ଭାରତୀୟ ସେନା ଏବଂ ଅନ୍ୟାନ୍ୟ ସଂସ୍ଥା ପାଇଁ ହଜାର ହଜାର ସଂଖ୍ୟାରେ ନିଯୁକ୍ତି କରିଥାଏ। ସେଠି ମଧ୍ୟ କ’ଣ ଅନିୟମିତତା ହୋଇଥିବା ଆପଣ କହିବାକୁ ଚାହୁଁଛନ୍ତି। ଧର୍ମେନ୍ଦ୍ରଙ୍କ ଉଦ୍ଦେଶ୍ୟରେ ପ୍ରଣବ ପୁଣି କହିଛନ୍ତି ଯେ ଆପଣଙ୍କ ନିଜ ସଂସ୍ଥା ନିଯୁକ୍ତି କରିଛି। ହେଲେ କିଛି ନ ବୁଝି ଡାହା ମିଛ ଓ ନିରାଧାର କଥା କହିବାରେ ଆପଣଙ୍କ ଅହେତୁକ ଆଗ୍ରହ ଦେଖି ଲୋକେ ହସିବା ଆରମ୍ଭ କଲେଣି। ଲାଗୁଛି, ମାହାଲ ମାଣ୍ଡାକୁ ସୃଷ୍ଟି କରିବାରେ ଆପଣଙ୍କର ବଡ଼ ଭୂମିକା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri