ଇଚ୍ଛାମୃତ୍ୟୁ ପାଇଁ ଜିଲାପାଳଙ୍କୁ ଆବେଦନ କରିଥିବା ଚାଷୀଙ୍କୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ନ୍ୟାୟ ପାଇଁ…

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ତାଲମେଣ୍ଡା ଗ୍ରାମର ଚାଷୀ ରୋହିତ ଭୋଇ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ନ ପାରି ଇଚ୍ଛାମୃତ୍ୟୁ ପାଇଁ ଆବେଦନ କରିବା ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ଏହି ଘଟଣାର ଖବର ପାଇ ମଙ୍ଗଳବାର ବରଗଡ଼ ଜିଲା ବିଜେଡି ସଭାପତି ସୁଶାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଦଳର ଏକ ପ୍ରତିନିଧି ଦଳ ଚାଷୀ ରୋହିତ ଭୋଇଙ୍କ ତଲମେଣ୍ଡାସ୍ଥିତ ଘରକୁ ଯାଇ ଭେଟିଥିଲେ । ତାଙ୍କ ବୃଦ୍ଧା ମା’ ଶଯ୍ୟାଶାୟୀ ଥିବାବେଳେ ତାଙ୍କ ପାଇଁ ଔଷଧ କିଣି ପାରୁ ନ ଥିବା ଏବଂ ବୃଦ୍ଧ ମା’, ବାପା ଠିକ୍ ସମୟରେ ବାର୍ଦ୍ଧକ୍ୟ ଭତ୍ତା ପାଇ ପାରି ନ ଥିବା ନେଇ ରୋହିତ ବିଜେଡି ପ୍ରତିନିଧି ଦଳ ସମ୍ମୁଖରେ ଅଭିଯୋଗ କରିଥିଲେ । ସେହିପରି ସହିତ ଧାର କରଜ କରି ଚାଷ କରିଥିବା ବେଳେ ଧାନ ବିକ୍ରୟ କରି ନ ପାରିବାରୁ ନିଜକୁ ଅସହାୟ ମନେ କରି ଭାଙ୍ଗି ପଡିଥିବାରୁ ବିଜେଡି ପ୍ରତିନିଧି ଦଳ ରୋହିତଙ୍କୁ ସମବେଦନା ଜ୍ଞାପନ କରିବା ସହ ଧୈର୍ଯ୍ୟ ଧରିବା ପାଇଁ ବୁଝାଇଥିଲେ । ବିଜେଡି ଚାଷୀମାନଙ୍କ ଦୁଃଖସୁଖ ସହିତ ଜଡ଼ିତ ଅଛି ଏବଂ ଆଗକୁ ମଧ୍ୟ ରହିବ ବୋଲି ଉଲ୍ଲେଖ କରି ବିଜେଡି ଏ ବିଷୟରେ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ଚାଷୀଙ୍କୁସନ୍ୟାୟ ପ୍ରଦାନ ପାଇଁ ଲଢେଇ କରିବ ବୋଲି ବିଜେଡି ପ୍ରତିନିଧି ଦଳ ଆଶ୍ଵାସନା ଦେଇଥିଲେ। ଏହି ପ୍ରତିନିଧି ଦଳରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜେଡି ବରିଷ୍ଠ ସାଧାରଣ ସମ୍ପାଦକ ଦେବେଶ ଆଚାର୍ଯ୍ୟ, ବିଜେଡି ରାଜ୍ୟ ପରିଷଦ ସଦସ୍ୟ ଗୌର ହରି ମିଶ୍ର, ଭେଡେନ ବ୍ଲକ ବିଜେଡି ସଭାପତି ହରିଶଙ୍କର ବେହେରା, ସ୍ଥାନୀୟ ଜିଲା ପରିଷଦ ସଦସ୍ୟା ପଦ୍ମିନୀ ଗଡତିଆ, ପୂର୍ବତନ ସରପଞ୍ଚ ବିଜୟ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

ମାମୁଘରକୁ ବୁଲି ଆସିଥିଲେ,ହାତୀର ଜଳକ୍ରୀଡ଼ା ଦେଖିବା ହେଲା କାଳ; ପାଣିରେ ଖସିପଡ଼ି ୬ ବର୍ଷର ନାବାଳକଙ୍କ ମୃତ୍ୟୁ

ଦେବଗଡ଼,୧୨|୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନାଚଂଳର ଦନ୍ତାରିବାହାଳ ଗ୍ରାମର ମତୁଆଳି ନାଳ‌ରେ ପାଣିରେ ବୁଡି ମଙ୍ଗଳବାର ଜଣେ ନାବାଳାକର ମୃତ୍ୟୁ ଘଟିଛି। ମୃତକ ନାବାଳକ ହେଲେ ବେତ୍ରା…

ଆଙ୍କୋରଡା ଗ୍ରାମରେ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଉଦ୍‌ଯାପିତ; ପୂଜାର୍ଚ୍ଚନା କଲେ MP ପ୍ରଦୀପ ପାଣିଗ୍ରାହୀ

ଦିଗପହଣ୍ଡି,୧୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଆଙ୍କୋରଡା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ମଙ୍ଗଳବାର ବିଳମ୍ବିତ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: କ୍ରୀଡ଼ା ଶିକ୍ଷକ ନିଲମ୍ବିତ,ବିଇଓ- ଡିଇଓଙ୍କ ବିରୋଧରେ…

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ…

୧୭ ଦିନରେ ପହଞ୍ଚିଲା ଭଞ୍ଜନଗର ଯାତ୍ରା: ମା’ ବ୍ୟାଘ୍ରଦେବୀଙ୍କ ଆଶୀର୍ବାଦ ନେଲେ ବାଚସ୍ପତି ସୁରମା ପାଢ଼ୀ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୧୭ ଦିନରେ ପହଞ୍ଚିଛି। ଆଉ ୮ ଦିନ ପରେ ୨୦ ତାରିଖରେ ଯାତ୍ରା ଉଦଯାପିତ ହେବ। ଆସନ୍ତା…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ଥୁଆମୂଳ ରାମପୁରରେ ଯନ୍ତ୍ରୀଙ୍କ ‘ଦୁର୍ନୀତି’ ବିରୋଧରେ ଜନଗର୍ଜନ: ଭିଜିଲାନ୍ସ ତଦନ୍ତ ସହ ସମ୍ପତ୍ତି ବାଜ୍ୟାପ୍ତି ପାଇଁ…

ଥୁଆମୂଳ ରାମପୁର, ୧୨ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀମାନଙ୍କ ବ୍ୟାପକ ଦୁର୍ନୀତି ଓ ସରକାରୀ ଅର୍ଥର ହରିଲୁଟ୍ ବିରୋଧରେ…

‘ସେବାରେ ସମର୍ପଣ ମନୋଭାବ ରଖିବାକୁ ଆହ୍ବାନ’

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ମାହେଶ୍ୱରୀ ନର୍ସିଂ କଲେଜର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି । ଆନ୍ତର୍ଜାତୀୟ ନର୍ସିଂ ଦିବସ ଅବସରରେ ସ୍ଥାନୀୟ ବିଜୁ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri