ସ୍ଥିତି ସମୀକ୍ଷାକଲା ବିଜେଡି ପ୍ରତିନିଧି ଦଳ

ମାଲକାନଗିର/ଏମ୍‌ଭି ୭୯, ୯ା୮(ଦୁର୍ଯ୍ୟୋଧନ ପାତ୍ର/ଭିକି ବାରିକ):ପୋଲାଭରମ୍‌ ପ୍ରକଳ୍ପକୁ ନେଇ ଗ୍ରାଉଣ୍ଡ ଜିରୋରେ ବିଜେଡି ପ୍ରତିନିଧି ଦଳ ଗୁରୁବାର ପହଞ୍ଚତ୍ କ୍ଷୟକ୍ଷତି ହେବାକୁ ଥିବା ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳ ବୁଲି ସମୀକ୍ଷା କରିବା ସହ ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ ଦେବେ ବୋଲି ଜଣାପଡ଼ିଛି।
ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସ୍ଥିତି ଅନୁଧ୍ୟାନ ପାଇଁ ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ନେତୃତ୍ୱରେ ବିଜେଡି ଟିମ୍‌ ପୋଲାଭରମ୍‌ ପ୍ରକଳ୍ପ ପାର୍ଶ୍ୱବର୍ତ୍ତୀ ମାଲକାନଗିରି ଜିଲା ମୋଟୁ ଓ ଆନ୍ଧ୍ରପ୍ରଦେଶର କାଲୁର ଅଞ୍ଚଳ ବୁଲି ସ୍ଥିତି ପରଖିଥିଲେ। ଏହି ଦଳରେ ଅନ୍ୟମାନଙ୍କ ମଧ୍ୟରେ ଭୃଗୁ ବକ୍ସିପାତ୍ର, ଝିନ୍ନ ହିକ୍‌କା, ରମେଶ ମାଝୀ, ଈଶ୍ୱର ପାଣିଗ୍ରାହୀ, ରଘୁରାମ ପାଡାଲଙ୍କ ସମେତ ସ୍ଥାନୀୟ ଅଞ୍ଚଳର ବିଜେଡି ନେତାମାନେ ସାମିଲ ହୋଇଥିଲେ। ପ୍ରତିନିଧି ଦଳ ମୋଟୁ, ଆଲାମା, ପେଟା ଓ ବିନାୟକପୁର ଆଦି ଗ୍ରାମର ଲୋକଙ୍କ ସହ ଆଲୋଚନା କରିଥିବା ବେଳେ ଆନ୍ଧ୍ରର କାଲେର ଗ୍ରାମକୁ ଯାଇ ସ୍ଥିତି ସମୀକ୍ଷା କରିଥିଲେ। ଏହି ଅବସରରେ ପ୍ରତିନିଧିମଣ୍ଡଳୀ ସ୍ଥାନୀୟ ଲୋକଙ୍କ ମତାମତ ସଂଗ୍ରହ କରିବା ସହ ଭୌଗୋଳିକ ଓ ବୈଷୟିକ ଦିଗକୁ ଅନୁଧ୍ୟାନ କରିଛନ୍ତି। ଏହା ସହ ଏନେଇ ଏକ ରିପୋର୍ଟ ପ୍ରସ୍ତୁତ କରିଥିବା ଜଣାପଡିଛି। ଟିମ୍‌ ପକ୍ଷରୁ କୁହାଯାଇଛି, ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟ ୭୦%ରୁ ଊର୍ଦ୍ଧ୍ୱ ଶେଷ ହେବାକୁ ବସିଲାଣି। ଏହି ପ୍ରକଳ୍ପ ଯୋଗୁ ଜିଲାର ମୋଟୁ ଅଞ୍ଚଳରେ ବିଗତ ଦିନରେ ଅନେକ କ୍ଷୟକ୍ଷତି ହେଉଥିବା ବେଳେ ସିଲେରୁ ଓ ସାବେରୀ ନଦୀର ଜଳ ନିଷ୍କାସନ ଠିକ୍‌ ଭାବେ ନ ହୋଇ ଜଳସ୍ତର ବୃଦ୍ଧି ପାଇ ବନ୍ୟା ଆଶଙ୍କାରେ ଅଞ୍ଚଳବାସୀ ରହୁଛନ୍ତି ।
ଆରମ୍ଭରୁ ଓଡ଼ିଶାରେ ଥିବା ବିଜେଡି ଏହାକୁ ବିରୋଧ କରିଆସିଛି। ଛତିଶଗଡ଼ ସରକାର ମଧ୍ୟ ଏହାକୁ ବିରୋଧ କରୁଛନ୍ତି। ଏ ନେଇ ଓଡ଼ିଶାରେ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ଏପର୍ଯ୍ୟନ୍ତ ଗ୍ରାମସଭା କିମ୍ବା ଠିକ୍‌ ସର୍ଭେ ହୋଇନାହିଁ। ଫଳରେ ମାଲକାନଗିରିର ମୋଟୁ ଅଞ୍ଚଳ ପ୍ରତି ବିପଦ ରହିଛି।
ସମ୍ପର୍କରେ ପୂର୍ବତନ ମନ୍ତ୍ରୀ ଅତନୁ କହିିଛନ୍ତି, ଏହି ପ୍ରକଳ୍ପ ଯୋଗୁ ମାଲକାନଗିରି ଜିଲାର ବହୁଗ୍ରାମ ପ୍ରଭାବିତ ହେବ। ପୂର୍ବରୁ ଏହି ପ୍ରକଳ୍ପ ଯୋଗୁ ଜିଲାରେ ସ୍ଥିତି ଅଣାୟତ୍ତ ହେଉଥିବା ବେଳେ ଆଗକୁ ଏହା ଭୟଙ୍କର ରୂପ ନେବ ବୋଲି ଆଶଙ୍କା କରାଯାଉଛି। ୨୦୨୨ରେ ଏଠାରେ ସ୍ଥିତି ଅଣାୟତ୍ତ ହେବା ସହ ୧୫୯ ଫୁଟ ଉଚ୍ଚର ଜଳ ଆସିଥିବା ନେଇ ସ୍ଥାନୀୟ ଲୋକେ କହିିଥିବା ଅତନୁ କହିଛନ୍ତି। କେନ୍ଦ୍ର ସରକାର ଏହି ପ୍ରକଳ୍ପକୁ ପ୍ରୋତ୍ସାହନ ଯୋଗାଉଛନ୍ତି ବୋଲି ସେ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ନେତା ରବି ନନ୍ଦ, ମାନସ ମାଡକାମୀ, ଗୋପାଳ ପଣ୍ଡା ପ୍ରମୁଖଙ୍କ ସହ ଅନେକ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?