ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।

ମିଳିଥିବା ସୂଚନା ଅନୁଯାୟୀ, ବିଦ୍ୟାଧର ହାଇଦ୍ରାବାଦସ୍ଥିତ ଏକ ଘରୋଇ କମ୍ପାନୀରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ଅସୁସ୍ଥ ହୋଇପଡିଥିଲେ। ସେଠାରେ ତାଙ୍କୁ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯିବା ପରେ ତାଙ୍କର ‘ବ୍ରେନ୍ ଷ୍ଟ୍ରୋକ୍’ ହୋଇଥିବା ଚିକିତ୍ସା ପରେ ଜଣାପଡିଥିଲା। ତିନି ଦିନ ଚିକିତ୍ସା ପରେ ସେ ନିଜ ଗ୍ରାମକୁ ଫେରିଆସିଛନ୍ତି।

ଏହି ଦୁଃଖଦ ଖବର ପାଇ ଶନିବାର ଦିନ ଗଞ୍ଜାମ ଏନଏସି ବିଜେଡିର ଏକ ପ୍ରତିନିଧି ଦଳ ପୀଡିତଙ୍କ ବାସଭବନରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ। ଏହି ଅବସରରେ ଏନଏସି ବିଜେଡି ସଭାପତି ସୁଧୀର କୁମାର ପାଢ଼ୀ ଏବଂ ଯୁବ ସଂଗଠକ ରାକେଶ ରଞ୍ଜନ ଦାସ (ସିଲୁ) ପୀଡିତ ବିଦ୍ୟାଧରଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଉପନଗରପାଳ ନୀଳାଞ୍ଚଳ ବାରିକି, ବିଜେଡି ଯୁବ ନେତା ବିଭୂତି ପଲାଇ ଏବଂ ଟୋନି ପଣ୍ଡା ପ୍ରମୁଖ ଉପସ୍ଥିତ ରହି ପୀଡିତଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ସ୍ଥାନୀୟ ଅଞ୍ଚଳରେ ଦଳୀୟ କର୍ମୀଙ୍କ ଏଭଳି ସହାନୁଭୂତିମୂଳକ ପଦକ୍ଷେପକୁ ସାଧାରଣରେ ପ୍ରଶଂସା କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri