ଭୁବନେଶ୍ୱର,୨୨ା୧(ଅନିଲ ଦାସ): ପୁରୀ ଜିଲାର କଣାସ ଅଞ୍ଚଳରେ ଝାଡ଼ାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପାଇଁ ବିଜେଡି ରାଜ୍ୟ ସରକାରଙ୍କୁ ଦାୟୀ କରିଛି। ମଙ୍ଗଳବାର ଶଙ୍ଖ ଭବନଠାରେ ଏକ ଖବରଦାତା ସମ୍ମିଳନୀରେ ବରିଷ୍ଠ ବିଜେଡି ନେତା ତଥା ସତ୍ୟବାଦୀର ପୂର୍ବତନ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ବିଜେଡି ମୁଖପାତ୍ର ତଥା ମିଡିଆ ସଂଯୋଜକ ଲେନିନ୍ ମହାନ୍ତି ଝାଡ଼ାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ଓ ଶତାଧିକ ଆକ୍ରାନ୍ତ ହୋଇଥିବା ବେଳେ ରାଜ୍ୟ ସରକାର ତାହାକୁ ନିୟନ୍ତ୍ରଣରେ ଆଣିବା ପାଇଁ କୌଣସି ପ୍ରକାରର ତତ୍ପରତା ଦେଖାଇ ନାହାନ୍ତି ବୋଲି ଅଭିଯୋଗ କରିଛନ୍ତି। ସାମନ୍ତରାୟ କହିଛନ୍ତି, କଣାସ ଅଞ୍ଚଳର ବାସିନ୍ଦାମାନେ ଗତ ୧୦ ଦିନ ହେବ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଗଣମାଧ୍ୟମରେ ଏହି ଖବର ପ୍ରସାରିତ ହୋଇଥିବା ସତ୍ତ୍ୱେ ରାଜ୍ୟ ସରକାରଙ୍କ ପ୍ରତିନିଧି ତ ଦୂରର କଥା, ସ୍ଥାନୀୟ ବିଧାୟକ ଏବଂ ଏମ୍ପି ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ନ ଥିଲେ। ସୋମବାର ସନ୍ଧ୍ୟାରେ ସେମାନେ ପହଞ୍ଚିିବା ପରେ ଲୋକଙ୍କ ରୋଷର ଶିକାର ହୋଇଛନ୍ତି।
ତେଣୁ ରାଜ୍ୟ ସରକାର ଆକ୍ରାନ୍ତ ହୋଇଥିବା ଲୋକଙ୍କୁ ତୁରନ୍ତ ଉପଯୁକ୍ତ ଚିକିତ୍ସା ପ୍ରଦାନ କରନ୍ତୁ ଓ ଝାଡ଼ାବାନ୍ତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ଆବଶ୍ୟକ ପଦକ୍ଷେପ ନିଅନ୍ତୁ। ମୃତକଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ପ୍ରଦାନ କରନ୍ତୁ ବୋଲି ସାମନ୍ତରାୟ ଦାବି କରିଛନ୍ତି।
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...
Archives


