ଭୁବନେଶ୍ୱର,୨୨ା୧(ଅନିଲ ଦାସ): ପୁରୀ ଜିଲାର କଣାସ ଅଞ୍ଚଳରେ ଝାଡ଼ାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପାଇଁ ବିଜେଡି ରାଜ୍ୟ ସରକାରଙ୍କୁ ଦାୟୀ କରିଛି। ମଙ୍ଗଳବାର ଶଙ୍ଖ ଭବନଠାରେ ଏକ ଖବରଦାତା ସମ୍ମିଳନୀରେ ବରିଷ୍ଠ ବିଜେଡି ନେତା ତଥା ସତ୍ୟବାଦୀର ପୂର୍ବତନ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ବିଜେଡି ମୁଖପାତ୍ର ତଥା ମିଡିଆ ସଂଯୋଜକ ଲେନିନ୍ ମହାନ୍ତି ଝାଡ଼ାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ଓ ଶତାଧିକ ଆକ୍ରାନ୍ତ ହୋଇଥିବା ବେଳେ ରାଜ୍ୟ ସରକାର ତାହାକୁ ନିୟନ୍ତ୍ରଣରେ ଆଣିବା ପାଇଁ କୌଣସି ପ୍ରକାରର ତତ୍ପରତା ଦେଖାଇ ନାହାନ୍ତି ବୋଲି ଅଭିଯୋଗ କରିଛନ୍ତି। ସାମନ୍ତରାୟ କହିଛନ୍ତି, କଣାସ ଅଞ୍ଚଳର ବାସିନ୍ଦାମାନେ ଗତ ୧୦ ଦିନ ହେବ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଗଣମାଧ୍ୟମରେ ଏହି ଖବର ପ୍ରସାରିତ ହୋଇଥିବା ସତ୍ତ୍ୱେ ରାଜ୍ୟ ସରକାରଙ୍କ ପ୍ରତିନିଧି ତ ଦୂରର କଥା, ସ୍ଥାନୀୟ ବିଧାୟକ ଏବଂ ଏମ୍ପି ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ନ ଥିଲେ। ସୋମବାର ସନ୍ଧ୍ୟାରେ ସେମାନେ ପହଞ୍ଚିିବା ପରେ ଲୋକଙ୍କ ରୋଷର ଶିକାର ହୋଇଛନ୍ତି।
ତେଣୁ ରାଜ୍ୟ ସରକାର ଆକ୍ରାନ୍ତ ହୋଇଥିବା ଲୋକଙ୍କୁ ତୁରନ୍ତ ଉପଯୁକ୍ତ ଚିକିତ୍ସା ପ୍ରଦାନ କରନ୍ତୁ ଓ ଝାଡ଼ାବାନ୍ତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ଆବଶ୍ୟକ ପଦକ୍ଷେପ ନିଅନ୍ତୁ। ମୃତକଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ପ୍ରଦାନ କରନ୍ତୁ ବୋଲି ସାମନ୍ତରାୟ ଦାବି କରିଛନ୍ତି।
ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…
ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…
ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…
ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…
ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…
ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…
ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…
ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…
ବସ୍ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…
ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ
ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…
ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍, ମରାମତି ହେଲା ‘ମରଣଯନ୍ତା’
ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…
Archives

