ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକଲା ବିଜେଡି

ଦେବଗଡ଼/ଭୁବନେଶ୍ୱର (ବ୍ୟୁରୋ), ୧୧ା୧(ଡି.ଏନ.ଏ.): ମୁକ୍ତା ଯୋଜନାରେ ଏସ୍‌ଏଚ୍‌ଜି ମହିଳା ମାନେ ନିର୍ମାଣ କରିଥିବା ଟାଉନ ହଲ୍‌ ପାଚେରି ଭଙ୍ଗାରୁଜା ଘଟଣାକୁ ନେଇ ଦେବଗଡ଼ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ବିରୋଧରେ ଅସନ୍ତୋଷ ବଢିବାରେ ଲାଗିଛି। ଏହି ଭଙ୍ଗାରୁଜାକୁ ନେଇ ବିଧାୟକ ପାଣିଗ୍ରାହୀଙ୍କୁ ତାଙ୍କ ଦଳ ଭାଜପାରୁ ବିରୋଧ କରାଯାଇଥିବା ବେଳେ ମଙ୍ଗଳବାର ଜିଲା ବିଜେଡି ପକ୍ଷରୁ ଦୃଢ ନିନ୍ଦା କରାଯାଇଛି। ଏହାସହ ବିଧାୟକଙ୍କ ସମେତ ଦୋଷୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରି ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସହ ଜିଲାପାଳ ଓ ଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।
ଜିଲା ବିଜେଡି ସଭାପତି ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ମଙ୍ଗଳବାର ପୂର୍ବାହ୍ନରେ ମଠସାହି ସ୍ଥିତ ମା’ କନକ ଦୁର୍ଗା ମନ୍ଦିର ପରିସରରୁ ଶତାଧିକ ଦଳୀୟ କର୍ମୀଙ୍କ ସମେତ ଏସ୍‌ଏଚ୍‌ଜି ସଦସ୍ୟାମାନେ ଏକ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିଥିଲେ। ସେମାନେ ବିଧାୟକଙ୍କ ଦାଦାଗିରିକୁ ନିନ୍ଦା କରି ବିଭିନ୍ନ ସ୍ଲୋଗାନ ଦେବା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ସେଠାରେ ଭାଜପା ବିଧାୟକ ପାଣିଗ୍ରାହୀଙ୍କୁ ଗିରଫ କରିବା ସହ ଭଙ୍ଗାରୁଜା ଘଟଣାରେ ସମ୍ପୃକ୍ତ କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈ, ଡବ୍ଲ୍ୟୁଓଡିସି ସଦସ୍ୟ ଭୂପେନ୍ଦ୍ର ପ୍ରସାଦ ନାୟକ, ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ. ସୁଜିତ କୁମାର ପ୍ରଧାନ, ନଗର ବିଜେଡି ସଭାପତି ଶୁକଦେବ ଭଞ୍ଜ, ଜିଲା ଯୁବ ବିଜେଡି ସଭାପତି ପ୍ରତାପ କୁମାର ଦେବ, ମହିଳା ବିଜେଡି ସଭାନେତ୍ରୀ ଅରୁଣୀ ପ୍ରଧାନ ପ୍ରମୁଖ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ରେବିକା ବିଲୁଙ୍ଗଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।
ଅନ୍ୟପଟେ ଏହି ଘଟଣାକୁ ନେଇ ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର ଭୁବନେଶ୍ୱରରେ ଏକ ଖବରଦାତା ସମ୍ମିଳନୀ ଜରିଆରେ କହିଛନ୍ତି, ଦେବଗଡ଼ର ଭାଜପା ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଦାଦାଗିରି ଓ ଗୁଣ୍ଡାଗର୍ଦ୍ଦି ସୀମା ଅତିକ୍ରମ କରିଛି। ଏହି ଘଟଣାକୁ ବିଜେଡି ପକ୍ଷରୁ ନିନ୍ଦା କରାଯାଉଛି। ସେହିପରି ବିଜେଡି ମୁଖପାତ୍ର ଇପସିତା ସାହୁ କହିଛନ୍ତି, ଭାଜପା ବିଧାୟକଙ୍କ ଏଭଳି କାର୍ଯ୍ୟକଳାପରୁ ସ୍ପଷ୍ଟ ହୋଇସାରିଲାଣି ଯେ ସେ ଜଣେ ଅଭ୍ୟାସଗତ ଅପରାଧୀ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri