ଚାଷୀଙ୍କ ପାଇଁ କ୍ଷତିପୂରଣ ଦାବି କଲା ବିଜେଡି: ଜିଲାପାଳଙ୍କ ଚ୍ୟାମ୍ବରରେ ଧସେଇ ପଶିଲେ, କଥା କଟାକଟି ନେଇ…

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଦିନିଆ ବର୍ଷା ଯୋଗୁ ଚାଷୀଙ୍କୁ ବ୍ୟାପକ କ୍ଷତି ସହିବାକୁ ପଡ଼ିଛି। ଧାନ ଅମଳ ଓ ସଂଗ୍ରହ ସମୟରେ ବର୍ଷା ହେବା ଯୋଗୁ କ୍ଷେତ, ଖଳାରେ ରହିଥିବା ଧାନ ଉଜୁଡି ଯାଇଛି। ଏଭଳି ସ୍ଥିତିରେ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ଚାଷୀମାନଙ୍କ ପାଇଁ ସରକାର କ୍ଷତିପୂରଣ ଘୋଷଣା କରି ନାହାନ୍ତି। ଅନ୍ୟପକ୍ଷରେ ଚାଷୀଙ୍କୁ କ୍ଷତିପୂରଣ ଦାବି ଜୋର୍‌ ଧରି ବସିଛି। ଏହି କ୍ରମରେ ବୁଧବାର ଜିଲା ବିଜେଡି ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି।

ଦଳର ଜିଲା ସଭାପତି ସୁଶାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ପୂର୍ବତନ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ପୂର୍ବତନ ମନ୍ତ୍ରୀ ରୀତା ସାହୁ, ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସମେତ ଅନେକ ଦଳୀୟ କାର୍ଯ୍ୟକର୍ତ୍ତା, କର୍ମୀ ଦାବିପତ୍ର ପ୍ରଦାନ କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ତେବେ ଦାବିପତ୍ର ଗ୍ରହଣ ପାଇଁ ଜିଲାପାଳ ନ ଆସିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ଫଳରେ ବିଜେଡି ବିଧାୟିକା, ପୂର୍ବତନ ବିଧାୟକ, ପୂର୍ବତନ ମନ୍ତ୍ରୀଙ୍କ ସମେତ ସମସ୍ତ କାର୍ଯ୍ୟକର୍ତ୍ତା, କର୍ମୀ ଜିଲାପାଳଙ୍କ ଚ୍ୟାମ୍ବରକୁ ଧସେଇ ପଶିଥିଲେ। ଏହି ସମୟରେ ପୋଲିସ ସହିତ କଥା କଟାକଟି ହୋଇଥିଲା। ତେବେ ଚ୍ୟାମ୍ବରରେ ଜିଲାପାଳ ଉପସ୍ଥିତ ନ ଥିବାରୁ ସେମାନେ ସେଠାରେ ଧାରଣାରେ ବସିଥିଲେ। ପରେ ଜିଲାପାଳ ଆଦିତ୍ୟ ଗୋୟଲ ପହଞ୍ଚି ଦାବିପତ୍ର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri