ଚାଷୀଙ୍କ ପାଇଁ କ୍ଷତିପୂରଣ ଦାବି କଲା ବିଜେଡି: ଜିଲାପାଳଙ୍କ ଚ୍ୟାମ୍ବରରେ ଧସେଇ ପଶିଲେ, କଥା କଟାକଟି ନେଇ…

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଦିନିଆ ବର୍ଷା ଯୋଗୁ ଚାଷୀଙ୍କୁ ବ୍ୟାପକ କ୍ଷତି ସହିବାକୁ ପଡ଼ିଛି। ଧାନ ଅମଳ ଓ ସଂଗ୍ରହ ସମୟରେ ବର୍ଷା ହେବା ଯୋଗୁ କ୍ଷେତ, ଖଳାରେ ରହିଥିବା ଧାନ ଉଜୁଡି ଯାଇଛି। ଏଭଳି ସ୍ଥିତିରେ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ଚାଷୀମାନଙ୍କ ପାଇଁ ସରକାର କ୍ଷତିପୂରଣ ଘୋଷଣା କରି ନାହାନ୍ତି। ଅନ୍ୟପକ୍ଷରେ ଚାଷୀଙ୍କୁ କ୍ଷତିପୂରଣ ଦାବି ଜୋର୍‌ ଧରି ବସିଛି। ଏହି କ୍ରମରେ ବୁଧବାର ଜିଲା ବିଜେଡି ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି।

ଦଳର ଜିଲା ସଭାପତି ସୁଶାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ପୂର୍ବତନ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ପୂର୍ବତନ ମନ୍ତ୍ରୀ ରୀତା ସାହୁ, ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସମେତ ଅନେକ ଦଳୀୟ କାର୍ଯ୍ୟକର୍ତ୍ତା, କର୍ମୀ ଦାବିପତ୍ର ପ୍ରଦାନ କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ତେବେ ଦାବିପତ୍ର ଗ୍ରହଣ ପାଇଁ ଜିଲାପାଳ ନ ଆସିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ଫଳରେ ବିଜେଡି ବିଧାୟିକା, ପୂର୍ବତନ ବିଧାୟକ, ପୂର୍ବତନ ମନ୍ତ୍ରୀଙ୍କ ସମେତ ସମସ୍ତ କାର୍ଯ୍ୟକର୍ତ୍ତା, କର୍ମୀ ଜିଲାପାଳଙ୍କ ଚ୍ୟାମ୍ବରକୁ ଧସେଇ ପଶିଥିଲେ। ଏହି ସମୟରେ ପୋଲିସ ସହିତ କଥା କଟାକଟି ହୋଇଥିଲା। ତେବେ ଚ୍ୟାମ୍ବରରେ ଜିଲାପାଳ ଉପସ୍ଥିତ ନ ଥିବାରୁ ସେମାନେ ସେଠାରେ ଧାରଣାରେ ବସିଥିଲେ। ପରେ ଜିଲାପାଳ ଆଦିତ୍ୟ ଗୋୟଲ ପହଞ୍ଚି ଦାବିପତ୍ର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri