ବିଜେଡି ଜିଲା ସଭାପତି ଓ ଧର୍ମଗଡ ବିଧାୟକଙ୍କ କୋକସରା ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ: ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ଲୋକାର୍ପଣ ନେଇ ସୂଚନା

କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ବିଜେଡି ଜିଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ ଏବଂ ଧର୍ମଗଡ ବିଧାୟକ ମୌଷଧି ବାଗ ଗୁରୁବାର କୋକସରା ବ୍ଲକର ବିଭିନ୍ନ ପଞ୍ଚାୟତ ଗସ୍ତ କରିଛନ୍ତି। ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ନୂତନବର୍ଷ ୫ କିମ୍ବା ୬ ତାରିଖରେ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଥିବା ବେଳେ ଏହାକୁ ନେଇ କୋକସରା ବ୍ଲକର କନ୍ଦାବୁଟୁରା, କାଶିବାହଲ, ଫୁଫଗା ପଞ୍ଚାୟତ ଓ ମୋଟେର ପଞ୍ଚାୟତର କୁସୁମଖୁଣ୍ଟି ଠାରେ ଜନସାଧାରଣଙ୍କୁ ଭେଟି ବିଜେଡି ସରକାରଙ୍କ ଏହି ଲୋକାଭିମୁଖୀ ପ୍ରକଳ୍ପ ଓ ଏହି ମେଗା ଲିଫ୍ଟ କେନାଳରୁ କୋକସରା ବ୍ଲକର ଚାଷୀଙ୍କୁ ଆଗାମୀ ଦିନରେ ପାଣି ମିଳିବା ସହ ଅଞ୍ଚଳରେ କୃଷିର ବିକାଶ ହେବା ସହ ଅର୍ଥନୈତିକ ସ୍ଥିତିରେ ମଧ୍ୟ ଚାଷୀ ଦୁଇ ପାଦ ଆଗକୁ ବଢ଼ିବେ ବୋଲି ଜିଲା ସଭାପତି କହିଛନ୍ତି । ଧର୍ମଗଡ ବିଧାୟକ ମଧ୍ୟ ଏହି ପ୍ରକଳ୍ପ ଆମ ପାଇଁ ଏକ ସୁନେଲି ଭବିଷ୍ୟତର ବାହକ ହେବ। ଏହି ପ୍ରକଳ୍ପ ପାଇଁ ଦୀର୍ଘ ବର୍ଷର ଉଦ୍ୟମ କରିଥିଲେ ପୁଷ୍ପେନ୍ଦ୍ର ସିଂଦେଓ ଆଜି ତାଙ୍କ ପ୍ରଚେଷ୍ଟାରେ ଏହା ସଫଳ ହୋଇ ପାରିଛି ବୋଲି କହିଛନ୍ତି । ଏହି ଗସ୍ତ ସମୟରେ କନ୍ଦାବୁଟୁରା ସମିତି ସଭ୍ୟା ଅଶୋକା ନାଏକ, କୋକସରା ବ୍ଲକ ବିଜେଡି ସଭାପତି ସୁଶାନ୍ତ ବେହେରା, ଆତ୍ମା କମିଟି ଅଧ୍ୟକ୍ଷ ଋତୁରାଜ ମାଝୀ, ପ୍ରମୋଦ ପ୍ରଧାନୀ, ଇଂ. ସୁଶିଲ କୁମାର ଶବର, ମାନସ ରଞ୍ଜନ ବାଗ, ମହେଶ ଗୁପ୍ତା, ବିନୋଦ ବିହାରୀ ରାଉତ, ପଞ୍ଚକ ପୋଢ଼ ସମେତ କନ୍ଦାବୁଟୁରା, କାଶିବାହଲ, କୁସୁମଖୁଣ୍ଟି ଓ ଫୁଫଗାର ଜନସାଧାରଣ ଉପସ୍ଥିତ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ଉନ୍ନତି, ଶୃଙ୍ଖଳା ଉପରେ ଗୁରୁତ୍ୱ

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରସ୍ବତୀ ଶିଶୁମନ୍ଦିର ପରିସରରେ ଶିକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ମାର୍କଣ୍ଡ ପାଢ଼ୀଙ୍କ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri