ଆଇଜି ଅଫିସରେ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ସମ୍ବଲପୁର,୧୭।୧(ପ୍ରମୋଦ ବହିଦାର): ବରଗଡ଼଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ହୋଇଥିବା ଯୁବତୀଙ୍କୁ ଜଙ୍ଗଲରୁ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଘଟଣାର ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ସମ୍ବଲପୁରରେ ଗୁରୁବାର ପହଞ୍ଚିଥିଲା। ରାଜ୍ୟ ବିଜୁ ମହିଳା ଜନତା ଦଳ ଅଧ୍ୟକ୍ଷା ସ୍ନେହାଙ୍ଗିନି ଛୁରିଆଙ୍କ ନେତୃତ୍ୱରେ ଏହି ଟିମ ଆଇଜିଙ୍କ କାର୍ଯ୍ୟାଳୟରେ ଧାରଣା ଦେଇଥିଲେ। ଆଇଜିଙ୍କୁ ସାକ୍ଷାତ୍‌ ପାଇଁ ସକାଳୁ ଟିମ୍‌ ପକ୍ଷରୁ ଖବର ଦିଆଯାଇଥିଲା। ମାତ୍ର ସେ ଆସିଲେ ନାହିଁ କି ତାଙ୍କ ଫୋନ କଲ ଗ୍ରହଣ କଲେ ନାହିଁ ବୋଲି କହିଛନ୍ତି ଛୁରିଆ। ଏଥିପୂର୍ବରୁ ଗୁରୁବାର ସକାଳେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପରାମର୍ଶରେ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ବରଗଡ଼଼ରୁ ଭିମସାର ଯାଇ ଚିକିତ୍ସାଧୀନ ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ପୀଡ଼ିତାଙ୍କ ପରିବାର ଲୋକଙ୍କ ସୂଚନା ଅନୁସାରେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର କରାଯାଇ ଶାରୀରିକ ନିର୍ଯାତନା ଦିଆଯାଇଛି। ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ପୋଲିସ ଆଦୌ ଗୁରୁତ୍ୱପୂର୍ଣ୍ଣ ଦେଉନାହିଁ ବୋଲି ଛୁରିଆ ଅଭିଯୋଗ କରିଛନ୍ତି। ତେଣୁ ଯଥାଶୀଘ୍ର ଅଭିଯୁକ୍ତକୁ ଗିରଫ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଥିଲେ। ଅନ୍ୟଥା ଆଗାମୀ ଦିନରେ ବିଜେଡି ପକ୍ଷରୁ ଦୁର୍ବାର ଆନ୍ଦୋଳନ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି। ମହିଳା ବିଜେଡି ଜିଲା ଅଧ୍ୟକ୍ଷା ବନ୍ଦିତା ମିଶ୍ର, ଜୋନାଲ ଅଧ୍ୟକ୍ଷା ସିପ୍ରା ମହାନ୍ତିଙ୍କ ତତ୍ତ୍ୱାବଧାନରେ ଯାଇଥିବା ଟିମ୍‌ରେ ଉଷା ପ୍ରଧାନ, ବରଗଡ଼଼ ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ବରଗଡ଼଼ ଏନଏସି ଅଧ୍ୟକ୍ଷା କଳ୍ପନା ମାଝୀ, ପୁଷ୍ପା ଭୋଇ, କଳ୍ପନା ବେହେରା, ଶାନ୍ତିଲତା କର, ବୈଜନ୍ତି ପାଢୀ ପ୍ରମୁଖ ସାମିଲ ହୋଇଥିଲେ। ସୂଚନାଯୋଗ୍ୟ ଯେ, ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ଗତ ୧୨ ତାରିଖରେ ନିଖୋଜ ହୋଇଥିଲେ ଉକ୍ତ ଯୁବତୀ। ଦୀର୍ଘ ୪୮ ଘଣ୍ଟା ପରେ ବରଗଡ଼ ନିକଟସ୍ଥ କୁର୍ଲା ଜଙ୍ଗଲରୁ ତାଙ୍କୁ ମୂମୁର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଅପରପକ୍ଷରେ ଭିମସାର ନିର୍ଦ୍ଦେଶକ ଡା. ଭାବଗ୍ରାହୀ ରଥ କହିଛନ୍ତି ଯେ, ପୀଡ଼ିତାଙ୍କ ଚିକିତ୍ସା ଠିକ୍‌ ଭାବେ ଚାଲିଛି। ତାଙ୍କ ଶରୀରରେ ଘଟିଥିବା କ୍ଷତ ଗୁଡ଼ିକର ପ୍ଲାଷ୍ଟିକ ସର୍ଜରୀ କରାଯାଇଛି। ମାତ୍ର ତାଙ୍କ ମୁଣ୍ଡ ଖପୁରି ହାଡ଼ ଭାଙ୍ଗିଛି। ମାନସିକ ଭାବେ ସେ ସ୍ଥିର ହୋଇନାହାନ୍ତି। ତେଣୁ ତାଙ୍କ ବୟାନ ନିଆ ଯାଇ ପାରିନାହିଁ ବୋଲି କହିଛନ୍ତି ନିର୍ଦ୍ଦେଶକ ଡା. ରଥ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri