‘୨୧ ବର୍ଷରେ ମା, ଭଉଣୀଙ୍କୁ ସୁରକ୍ଷା ଦେବାରେ ବିଜେଡି ବିଫଳ’

ଭୁବନେଶ୍ୱର,୯।୩(ବ୍ୟୁରୋ): ଗତ ୨୧ବର୍ଷ ଶାସନ କାଳରେ ରାଜ୍ୟରେ କେତେଜଣ ମହିଳାଙ୍କ କୋଳ ଖାଲି ହୋଇଛି ଏବଂ କେତେ ନାବାଳିକା ବଳାତ୍କାର ଓ ହତ୍ୟାର ଶିକାର ହୋଇଛନ୍ତି। ଦାଦନ ଖଟିବାକୁ କେତେ ଲକ୍ଷ ଓଡ଼ିଆ ବାହାରକୁ ଯାଇଛନ୍ତି ଏବଂ ଏହି କାରଣରୁ କେତେ ମା’ଙ୍କ ଆଖିରୁ ଲୁହ ଝରୁଛି, ସ୍ବୟଂ ସହାୟକ ଗୋଷ୍ଠୀ କେବଳ ଦଳୀୟ ଆଧାରରେ ହୋଇଛି ନା ସାଧାରଣ ମହିଳାଙ୍କୁ ନେଇ ଗଠନ ହୋଇଛି, ସ୍ବୟଂ ସହାୟକ ଗୋଷ୍ଠୀ ଗଠନର ଲକ୍ଷ୍ୟ କେବଳ ଭୋଟବ୍ୟାଙ୍କ ନୁହେଁ କି ବୋଲି ଏମିତି କେତେକ ପ୍ରଶ୍ନ ପଚାରି ଶାସକ ବିଜେଡିକୁ ଭାଜପା ମହିଳା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ଟାର୍ଗେଟ କରିଛନ୍ତି।
ଭାଜପା ପକ୍ଷରୁ ଆୟୋଜିତ ଆନ୍ତର୍ଜାତିକ ମହିଳା ଦିବସରେ ସ୍ମୃତି କହିଛନ୍ତି, ଦୀର୍ଘ ୨୧ ବର୍ଷର ଶାସନ ପରେ ମଧ୍ୟ ବିଜେଡି ରାଜ୍ୟର ମା’ ଓ ଭଉଣୀଙ୍କୁ ସୁରକ୍ଷା ପ୍ରଦାନ କରିବାରେ ବିଫଳ ହୋଇଛି। ତଥାପି ଓଡ଼ିଶା ମା’ ଓ ଭଉଣୀ ମାଗୁଛନ୍ତି ତାଙ୍କ ସମ୍ମାନ ଓ ସ୍ବାଭିମାନ। ଏଭଳିଭାବେ ବସି ରହିଲେ ଆସନ୍ତା ଦିନରେ ବିଜେଡି ସରକାରକୁ ବଙ୍ଗୋପସାଗରରେ ଫୋପାଡ଼ିଦେବାକୁ ଜନସାଧାରଣ ପଛେଇବେ ନାହିଁ ବୋଲି ସ୍ମୃତି କହିଛନ୍ତି। ଅନ୍ୟପଟେ ମହାମାରୀ ସଙ୍କଟ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳାଙ୍କୁ ଗୁରୁତ୍ୱ ଦେଇ ମାଗଣା ରୋଷେଇ ଗ୍ୟାସ୍‌ ବଣ୍ଟନ କରିଥିଲେ। ଏପରିକି ଚଳିତ ଆର୍ଥିକ ବର୍ଷ ବଜେଟରେ ମାଗଣ ଗ୍ୟାସ୍‌ ବଣ୍ଟନ ପାଇଁ ଅର୍ଥ ବରାଦ କରିଛନ୍ତି। ବିଶ୍ୱ ମହିଳା ଦିବସ ଅବସରରେ ମହିଳା ମୋର୍ଚ୍ଚା ତରଫରୁ ଏକ ପଦଯାତ୍ରା ରାଜ୍ୟ କାର୍ଯ୍ୟାଳୟରୁ ବାହାରି ଲୋୟର ପିଏମ୍‌ଜି ପର୍ଯ୍ୟନ୍ତ ଯାଇଥିଲା ଏହି ଅବସରରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କୁ ସମ୍ମାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri