Posted inରାଜ୍ୟ

ବିଜେଡିକୁ ପରାଜୟ ଭୟ

ଭୁବନେଶ୍ୱର, ୨୨।୧୦(ସୁନିତ୍‌ ମିଶ୍ର): ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ନେଇ ବିଜେଡି ବିଧାୟକ ଗୌତମବୁଦ୍ଧ ଦାସ ସାମାଜିକ ଗଣମାଧ୍ୟମରେ ଅତ୍ୟନ୍ତ ଅଭଦ୍ର, ଅଶାଳୀନ ଓ ଶସ୍ତା ମନ୍ତବ୍ୟ ଦେଇଛନ୍ତି। ଏହା ବିଜେଡିର ହତାଶାକୁ ପରିପ୍ରକାଶ କରୁଛି। ଉପନିର୍ବାଚନରେ ପରାଜୟରେ ଭୟଭୀତ ହୋଇ ଗୌତମବୁଦ୍ଧ ଏଭଳି ବୟାନବାଜି କରିଛନ୍ତି ବୋଲି ଭାଜପା ପକ୍ଷରୁ ସମାଲୋଚନା କରାଯାଇଛି। ଭାଜପା ରାଜ୍ୟ ଉପସଭାପତି ଯତୀନ ମହାନ୍ତି ରାଜ୍ୟ କାର୍ଯ୍ୟାଳୟଠାରେ ଖବରଦାତା ସମ୍ମିଳନୀକରି କହିଛନ୍ତି, ଦୀର୍ଘଦିନ ଧରି ନିର୍ଦ୍ଦିଷ୍ଟ ଅଣଓଡ଼ିଆ ଅଫିସରଙ୍କ ପାଇଁ ଚାମଚାଗିରି କରୁଥିବା ଓ ତାଙ୍କ ପାଇଁ ମଞ୍ଚ, ପେଣ୍ଡାଲ ବାନ୍ଧୁଥିବା ବିଜେଡି ନେତାଙ୍କ ମାନସିକତାରେ କୌଣସି ପରିବର୍ତ୍ତନ ଦେଖାଯାଉନାହିଁ। ନୂଆପଡ଼ାବାସୀ ବିଜେଡିର କଫିନ୍‌ରେ ଶେଷ କଣ୍ଟା ବାଡ଼େଇ ୨୪ ବର୍ଷ ଅହଂକାରର ଅନ୍ତ ଘଟାଇବେ। ଉପନିର୍ବାଚନରେ ଆସନ୍ନ ପରାଜୟରେ ଭୟଭୀତ ହୋଇପଡିଥିବାରୁ ତଥ୍ୟ ଓ ସତ୍ୟରୁ ନିବୃତ ରହି ନିଜ ଦୋଷ, ଦୁର୍ବଳତା ଓ ଅପାରଗତାକୁ ଲୁଚାଇବା ପାଇଁ ବିଜେଡି ନେତୃବୃନ୍ଦ ଏବେ ବ୍ୟକ୍ତିଗତ ଆକ୍ଷେପ କରୁଛନ୍ତି। ବିଜେଡିକୁ ପ୍ରାର୍ଥୀ ମିଳିଲା ନାହିଁ ବୋଲି ଅନ୍ୟ ଜିଲାରୁ ଜଣଙ୍କୁ ନେଇ ପ୍ରାର୍ଥୀ କରିଛି। ଭାଜପା ପ୍ରାର୍ଥୀଙ୍କ ବାପା ରାଜେନ୍ଦ୍ର ଢୋଲକିଆ ଜଣେ ସୁନାମଧନ୍ୟ ରାଜନେତା ଥିଲେ। ତାଙ୍କ ପ୍ରତି ବିପୁଳ ଜନସମର୍ଥନ ଥିଲା। ସେଠାରୁ ସେ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏଭଳି ଜଣେ ନେତାଙ୍କ ପୁଅଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଆଦୌ ଶୋଭନୀୟ ନୁହେଁ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri