ବାଲିଗୁଡ଼ା ପୌରପରିଷଦ ପାଇଁ ପ୍ରାର୍ଥୀ ଦେଲା ବିଜେଡି

ବାଲିଗୁଡ଼ା,୬ା୩(ଡି.ଏନ୍‌.ଏ.): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଜିଲା ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ମୋହର ବାଜିବା ପରେ ରବିବାର କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରଷଦର ୧୩ଟି ଓ୍ବାର୍ଡ ଓ ଅଧ୍ୟକ୍ଷ ପଦ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ବ୍ଲକ ସଭାପତି ଟୁନା ଦାସ, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀଙ୍କ ସମେତ ବହୁ ସଂଖ୍ୟକ ବିଜେଡ଼ି ନେତା ଓ କର୍ମୀ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସ୍ଥାନୀୟ ଏନ୍‌ଏସି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ବିଧିବଦ୍ଧ ଭାବେ ନିର୍ବାଚନ ଅଧିକାରୀ ତଥା ବାଲିଗୁଡ଼ା ତହସିଲଦାର ଶଶାଙ୍କ ଶେଖର ପାତ୍ରଙ୍କ ନିକଟରେ ସମସ୍ତ ପ୍ରାର୍ଥୀ ନିଜ ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି। ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରଷଦର ୧ ନଂ ଓ୍ବାର୍ଡ ପାଇଁ ଗୋରେଖ ମଲ୍ଲିକ,୨ ନଂ ଓ୍ବାର୍ଡ ପାଇଁ ମିନତୀ ନାୟକ,୩ ନଂ ଓ୍ବାର୍ଡ ପାଇଁ ଶଶି କୁମାର ଦିଗାଲ,୪ ନଂ ଓ୍ବାର୍ଡ ପାଇଁ ରାଜେଶ୍ବର ମଲ୍ଲିକ,୫ ନଂ ଓ୍ବାର୍ଡ ପାଇଁ ଶାନ୍ତି ନାୟକ,୬ ନଂ ଓ୍ବାର୍ଡ ପାଇଁ ବିଭୂତି ଭୂଷଣ ଲହରିଆ,୭ ନଂ ଓ୍ବାର୍ଡ ପାଇଁ ପଦ୍ମାଳୟା ନାୟକ,୮ ନଂ ଓ୍ବାର୍ଡ ପାଇଁ ରଶ୍ମିତା ପାଢ଼ୀ, ୯ ନଂ ଓ୍ବାର୍ଡ ପାଇଁ ହରପ୍ରିୟା ତ୍ରୀପାଠୀ,୧୦ ନଂ ଓ୍ବାର୍ଡ ପାଇଁ ରୀନା କୁମାରୀ ପଣ୍ଡା,୧୧ ନଂ ଓ୍ବାର୍ଡ ପାଇଁ ନାରାୟଣ ଡାକୁଆ,୧୨ ନଂ ଓ୍ବାର୍ଡ ପାଇଁ ଗୀତା ମଲ୍ଲିକ ଓ ୧୩ ନଂ ଓ୍ବାର୍ଡ ପାଇଁ ସୁନିତା ଦିଗାଲ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଅଧ୍ୟକ୍ଷ ପଦ ପାଇଁ ଗୋବିନ୍ଦ ପ୍ରଧାନ ନାମାଙ୍କନପତ୍ର ଦାଖଲ କରିଥିବା ଜଣାପଡ଼ିଛି।

ସଦ୍ୟ ସମାପ୍ତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଲିଗୁଡ଼ା ନିର୍ବାଚନମଣ୍ଡଳୀରେ ଦଳ ଭଲ ପ୍ରଦର୍ଶନ କରିବା ସହ ୫ଟି ଜିଲାପରିଷଦ ଆସନରୁ ୪ଟି ଆସନ ଦଖଲ କରିଛି। ଏଥିସହିତ ବ୍ଲକ ଦଖଲ କରିବାକୁ ମଧ୍ୟ ପ୍ରସ୍ତୁତ ରହିଛି । ବର୍ତ୍ତମାନ ସମୟରେ ପୌର ନିର୍ବାଚନରେ ମଧ୍ୟ ବିପୁଳ ଭୋଟରେ ବିଜୟ ଲାଭ କରି ପୁଣି ଥରେ ବାଲିଗୁଡ଼ା ଏନ୍‌ଏସି ଦଖଲ କରିବାକୁ ଦଳ ଓ ଦଳର ସମସ୍ତ ନେତା ଓ କର୍ମୀ ପ୍ରସ୍ତୁତ ଅଛନ୍ତି ବୋଲି ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର କହିଛନ୍ତି। ହେଲେ ନିର୍ବାଚନ ଶେଷ ହେବା ପରେ ଜନତା ଜନାର୍ଦ୍ଦନ କାହାକୁ ବିଜୟର ବାଟ ଦେଖାଇବେ ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri