ସହଦେବ ହତ୍ୟା ଘଟଣାରେ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି: ହତ୍ୟା ପଛରେ ରହିଛି…

ଭୁବନେଶ୍ୱର,୧୦।୧: ପୋଲିସ ମିତ୍ର ସହଦେ ନାୟକ ହତ୍ୟାକାଣ୍ଡ ଘଟଣାରେ ବିଜେଡି ବିଚାର ବିଭାଗୀୟ ତଦନ୍ତ ଦାବି କରିଛି। ଭିଡିଓ ଦେଖାଇ ବିଜେଡି ପୋଲିସକୁ ଟାର୍ଗେଟ କରିଛି। ଘରକୁ ଆସି ପୋଲିସ ଧମକାଉଥିବା ଭିଡିଓରେ କହିଛନ୍ତି। ନଭେମ୍ବର ୩ରେ ସହଦେବଙ୍କ ଘରକୁ ଯାଇଥିଲା ପୋଲିସ। ହତ୍ୟା ପଛରେ ପୋଲିସ ଥାଇପାରେ ବୋଲି ସନ୍ଦେହ ହେଉଛି।

ବ୍ରାଉନଗୁଗାର ବିକ୍ରି  ଏବଂ ରସୁଲଗଡ଼ ବ୍ରିଜ୍‌ ଉପରେ ସହଦେବ ନାୟକଙ୍କୁ ହତ୍ୟା କରିବା ଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଛି। ସ୍ବାମୀ ଲକ୍ଷ୍ମୀଧର ନାୟକଙ୍କ ସହ ମିଶି ସେ ଏହି ଅପରାଧ ଘଟାଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ହତ୍ୟା ଘଟଣାରେ ୫ ଜଣଙ୍କୁ ପୋଲିସ ବାନ୍ଧି ସାରିଛି। ଜଣେ ଫେରାର ଅଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍ରେ ବୁଧବାର ସକାଳୁ କେଦାରପଲ୍ଲୀ ଅଞ୍ଚଳର ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଥିଲେ। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଥିଲା। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଥିଲା।

ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ। ସେ ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିଲେ। ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ।

ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ।  ସ୍କୁଲରେ ଝିଅକୁ ଛାଡି ଫେରିବା ବାଟରେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri