ସହଦେବ ହତ୍ୟା ଘଟଣାରେ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି: ହତ୍ୟା ପଛରେ ରହିଛି…

ଭୁବନେଶ୍ୱର,୧୦।୧: ପୋଲିସ ମିତ୍ର ସହଦେ ନାୟକ ହତ୍ୟାକାଣ୍ଡ ଘଟଣାରେ ବିଜେଡି ବିଚାର ବିଭାଗୀୟ ତଦନ୍ତ ଦାବି କରିଛି। ଭିଡିଓ ଦେଖାଇ ବିଜେଡି ପୋଲିସକୁ ଟାର୍ଗେଟ କରିଛି। ଘରକୁ ଆସି ପୋଲିସ ଧମକାଉଥିବା ଭିଡିଓରେ କହିଛନ୍ତି। ନଭେମ୍ବର ୩ରେ ସହଦେବଙ୍କ ଘରକୁ ଯାଇଥିଲା ପୋଲିସ। ହତ୍ୟା ପଛରେ ପୋଲିସ ଥାଇପାରେ ବୋଲି ସନ୍ଦେହ ହେଉଛି।

ବ୍ରାଉନଗୁଗାର ବିକ୍ରି  ଏବଂ ରସୁଲଗଡ଼ ବ୍ରିଜ୍‌ ଉପରେ ସହଦେବ ନାୟକଙ୍କୁ ହତ୍ୟା କରିବା ଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଛି। ସ୍ବାମୀ ଲକ୍ଷ୍ମୀଧର ନାୟକଙ୍କ ସହ ମିଶି ସେ ଏହି ଅପରାଧ ଘଟାଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ହତ୍ୟା ଘଟଣାରେ ୫ ଜଣଙ୍କୁ ପୋଲିସ ବାନ୍ଧି ସାରିଛି। ଜଣେ ଫେରାର ଅଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍ରେ ବୁଧବାର ସକାଳୁ କେଦାରପଲ୍ଲୀ ଅଞ୍ଚଳର ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଥିଲେ। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଥିଲା। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଥିଲା।

ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ। ସେ ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିଲେ। ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ।

ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ।  ସ୍କୁଲରେ ଝିଅକୁ ଛାଡି ଫେରିବା ବାଟରେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri