Posted inରାଜ୍ୟ

‘ନବୀନଙ୍କ ଜୀବନଶୈଳୀକୁ ଅନୁସରଣ କର’

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ ରାଜ୍ୟ କାର୍ଯ୍ୟାଳୟରେ ଭୁବନେଶ୍ୱର ଜିଲା ସଭାପତି ତଥା ବିଧାୟକ ସୁଶାନ୍ତ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବିଜୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରଳ, ନିରାଡ଼ମ୍ବର ଏବଂ ସମୟାନୁବର୍ତ୍ତୀ ଜୀବନଶୈଳୀକୁ ଅନୁସରଣ କରି କିପରି ଆଗକୁ ବଢ଼ିବା ପାଇଁ ହେବ, ସେନେଇ କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି। ମୁଖ୍ୟାଳୟ ସମ୍ପାଦକ ସଞ୍ଜୟ କୁମାର ଦାସବର୍ମା ଭାଷା ସାହିତ୍ୟ ନେଇ ଯେଉଁ ଓଡ଼ିଶା ପ୍ରଦେଶ ଗଠନ ହୋଇଥିଲା, ତାହାର ଅସ୍ମିତା ବଞ୍ଚତ୍ ରହିବା ପାଇଁ କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ। ଦିବ୍ୟାଙ୍ଗ, ଅସହାୟ, ବୃଦ୍ଧାବୃଦ୍ଧମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଉପରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଆଲୋକପାତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ଏମ୍‌ପି ଅମର ପଟ୍ଟନାୟକ, ସସ୍ମିତ ପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟଶାଣୀ, ଓଡ଼ିଶା ମୋ ପରିବାର ଅଧ୍ୟକ୍ଷ ଅରୂପ ପଟ୍ଟନାୟକ, ମାନସ ମଙ୍ଗରାଜ, ରଘୁନାଥ ସାହୁ, ବିମ୍ବାଧର କୁଅଁର, ପ୍ରିୟଦର୍ଶୀ ମିଶ୍ର, ରବି ସାମଲ, ସଂଗ୍ରାମ କେଶରୀ ପାଇକରାୟ, ସୁଲତା ଦେଓ, କସ୍ତୁରୀ ମହାପାତ୍ର, ମୀରା ପରିଡା, ଭାରତୀ ସିଂ, ମହାମାୟା ସ୍ବାଇଁ, ସୁମିତ୍ରା ଜେନା, ଅମରେଶ ପତ୍ରୀ, ଦୁର୍ଗା ସାମନ୍ତରାୟ, ସମରେନ୍ଦ୍ର ସାହୁ, ଅମରଜିତ ସେନାପତି, ସମରେଶ ବେହୁରା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri