Posted inରାଜ୍ୟ

‘ନବୀନଙ୍କ ଜୀବନଶୈଳୀକୁ ଅନୁସରଣ କର’

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ ରାଜ୍ୟ କାର୍ଯ୍ୟାଳୟରେ ଭୁବନେଶ୍ୱର ଜିଲା ସଭାପତି ତଥା ବିଧାୟକ ସୁଶାନ୍ତ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବିଜୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରଳ, ନିରାଡ଼ମ୍ବର ଏବଂ ସମୟାନୁବର୍ତ୍ତୀ ଜୀବନଶୈଳୀକୁ ଅନୁସରଣ କରି କିପରି ଆଗକୁ ବଢ଼ିବା ପାଇଁ ହେବ, ସେନେଇ କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି। ମୁଖ୍ୟାଳୟ ସମ୍ପାଦକ ସଞ୍ଜୟ କୁମାର ଦାସବର୍ମା ଭାଷା ସାହିତ୍ୟ ନେଇ ଯେଉଁ ଓଡ଼ିଶା ପ୍ରଦେଶ ଗଠନ ହୋଇଥିଲା, ତାହାର ଅସ୍ମିତା ବଞ୍ଚତ୍ ରହିବା ପାଇଁ କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ। ଦିବ୍ୟାଙ୍ଗ, ଅସହାୟ, ବୃଦ୍ଧାବୃଦ୍ଧମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଉପରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଆଲୋକପାତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ଏମ୍‌ପି ଅମର ପଟ୍ଟନାୟକ, ସସ୍ମିତ ପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟଶାଣୀ, ଓଡ଼ିଶା ମୋ ପରିବାର ଅଧ୍ୟକ୍ଷ ଅରୂପ ପଟ୍ଟନାୟକ, ମାନସ ମଙ୍ଗରାଜ, ରଘୁନାଥ ସାହୁ, ବିମ୍ବାଧର କୁଅଁର, ପ୍ରିୟଦର୍ଶୀ ମିଶ୍ର, ରବି ସାମଲ, ସଂଗ୍ରାମ କେଶରୀ ପାଇକରାୟ, ସୁଲତା ଦେଓ, କସ୍ତୁରୀ ମହାପାତ୍ର, ମୀରା ପରିଡା, ଭାରତୀ ସିଂ, ମହାମାୟା ସ୍ବାଇଁ, ସୁମିତ୍ରା ଜେନା, ଅମରେଶ ପତ୍ରୀ, ଦୁର୍ଗା ସାମନ୍ତରାୟ, ସମରେନ୍ଦ୍ର ସାହୁ, ଅମରଜିତ ସେନାପତି, ସମରେଶ ବେହୁରା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସିବ ସ୍ବତନ୍ତ୍ର ଯୁବ ବଜେଟ

ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri