ହସିହସି ଏମିତି କହିଦେଲେ ନବୀନ, ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି ….

ଭୁବନେଶ୍ୱର, ୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅବିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ନେଇ ବିଜୁ ପ୍ରେମୀମାନେ ବିଜୁ ଜନତା ଦଳ ଗଠନ କରିଥିଲେ। ସେତେବେଳେ ବହୁ ଲୋକ କହିଥିଲେ ଏଥର ବିଜେଡି ଆଗକୁ ବଢିପାରିବ ନାହିଁ କି ସଫଳ ହେବ ନାହିଁ। ଆଉ ମୋତେ ମଧ୍ୟ କହିଥିଲେ ମୁଁ ରାଜନୀତି କରିପାରିବି ନାହିଁ। ହେଲେ ପରିଶ୍ରମ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଯୋଗୁ ବିଜେଡି ୫ ଥର ନିର୍ବାଚନ ଜିତି ଆପଣମାନଙ୍କ ସେବା କରିବାକୁ ସୁଯୋଗ ପାଇଛି।
ସମସ୍ତଙ୍କ ମନରେ ପ୍ରଶ୍ନ ଥିବ ବିଜେଡି କାହିଁକି ହାରିଲା? ଏହି ପ୍ରଶ୍ନର ଉତ୍ତର ଦେଇ ନବୀନ କହିଛନ୍ତି। ଆମେ ହାରିନାହୁଁ କି ଲୋକଙ୍କ ବିଶ୍ୱାସ ବି ହରାଇ ନାହୁଁ । ଭାଜପା ମିଛ ପ୍ରତିଶ୍ରୁତି ଦେଇ, ଲୋକଙ୍କୁ ଭୁଆଁ ବୁଲାଇ କ୍ଷମତାକୁ ଆସିଛି। ଏତେ ମିଛ କହି ମଧ୍ୟ ଭାଜପା ଆମଠୁ କମ ଭୋଟ ପାଇଛି । ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି, ଏମିତି କହି ଭାଜପା ଉପରେ ବର୍ଷିଛନ୍ତି ବିଜେଡି ସୁପ୍ରିମୋ।
ସେ ଆହୁରି କହିଛନ୍ତି, ଆମର ଭୁଲ ହେଲା, ଭାଜପା ମିଛକୁ ଆମେ ଠିକ ଭାବେ କାଉଣ୍ଟର କରିପାରିଲୁ ନାହିଁ । ଆଜି ଲୋକେ ଜାଣିଲେଣି ଭାଜପା ମିଛ କଥା କହି କ୍ଷମତା ଦଖଲ କରିଛି ।
ବର୍ତ୍ତମାନର ସରକାର ଲୋକଙ୍କୁ ବଡ ଉପହାର ଦେଇଛନ୍ତି । ତାହା ହେଉଛି ଦରଦାମ ବୃଦ୍ଧି । ଡାଲି, ଚାଉଳଠୁ ନେଇ, ତେଲ ଓ ପନିପରିବା ସବୁଥିରେ ଦର ବୃଦ୍ଧି ଘଟିଛି। ପ୍ରତି ପରିବାର ଆଜି କାନ୍ଦୁଛି । ଧାନ କିଣା ବିକା ନେଇ ଚାଷୀ କାନ୍ଦୁଛି । ମିଶନ ଶକ୍ତି ମା’ ମାନେ ଦୁଃଖରେ ଅଛନ୍ତି । କିନ୍ତୁ କୁମ୍ଭକର୍ଣ୍ଣ ନିଦରେ ଶୋଇଛି ଏ ସରକାର ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri