ପ୍ରତିଷ୍ଠା ଦିବସରେ ପତିଆରା ରାଜନୀତି

ଅନୁଗୋଳ ଅଫିସ, ୧୪ା୧: ଅନୁଗୋଳ ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର ବିଜେଡି ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଅନୁଗୋଳ ସଭାଘରଠାରେ ଆୟୋଜିତ ଏହି ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ଜିଲା ଯୁବ ବିଜେଡି ସଭାପତି ଦୀନେଶ ପ୍ରଧାନ ଓ ବହୁ ବରିଷ୍ଠ କର୍ମୀଙ୍କୁ ଆମନ୍ତ୍ରଣ କରାଯାଇ ନ ଥିବାରୁ ଦଳରେ ଗୋଷ୍ଠୀ ବିବାଦ ଚର୍ଚ୍ଚା ଆରମ୍ଭ ହୋଇଛି। ଆୟୋଜକ ଗୋଷ୍ଠୀ ନିଜ ପତିଆରା ଜାହିର କରିବାକୁ ଏପରି କରିଥିବା ଅସନ୍ତୁଷ୍ଟ କର୍ମୀ ମହଲରେ ଆଲୋଚନା ହେଉଛି।
ଗତ ଡିସେମ୍ବର ୨୯ରେ ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ ଅବସରରେ ପ୍ରବଳ ଜନ ସମାଗମ ହୋଇଥିବାରୁ ଶୁକ୍ରବାର ଅନୁଗୋଳ ନିର୍ବାଚନମଣ୍ଡଳୀ ବିଜେଡିର ପ୍ରତିଷ୍ଠା ଦିବସରେ ମଧ୍ୟ ଅନୁରୂପ ଭିଡ଼ ହେବ ବୋଲି ଆୟୋଜକମାନେ ଆଶା କରିଥିଲେ। ଏହାଛଡ଼ା ସରକାରଙ୍କ ଘୋଷଣା ଅନୁଯାୟୀ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କୁ ଋଣ ଅର୍ଥ ପ୍ରଦାନ କରାଯିବ ବୋଲି ପ୍ରଚାର କରାଯାଇଥିଲା। ତେଣୁ ଜମାଣିଆ ଗହଳି ଆଶାରେ ବଡ଼ ଧରଣର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ବରିଷ୍ଠ ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ଅନୁଗୋଳ ଜିଲା ପର୍ଯ୍ୟବେକ୍ଷକ ପ୍ରଶାନ୍ତ ମୁଦୁଲି, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପାଲଲହଡ଼ା ବିଧାୟକ ମୁକେଶ ପାଳ, ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ, ନଗରପାଳ ଅକ୍ଷୟ କୁମାର ସାମନ୍ତ ପ୍ରମୁଖ ଯୋଗଦେଇଥିଲେ। ହେଲେ ଆଶା ଅନୁଯାୟୀ କର୍ମୀ କିମ୍ବା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କୁ ଦେଖିବାକୁ ମିଳି ନ ଥିଲା। କିଛି ଗୋଷ୍ଠୀର ସଦସ୍ୟା ଆସିଥିଲେ ମଧ୍ୟ ପ୍ରତିଷ୍ଠା ଦିବସ ପାଳନ ହେଉଥିବା ଜାଣିବା ପରେ ସେମାନେ ଫେରିଯାଇଥିଲେ। ତେଣୁ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଚେୟାର ଫାଙ୍କା ପଡ଼ିଥିବା ଦେଖାଯାଇଥିଲା। ଏ ସମ୍ପର୍କରେ ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ କହିଛନ୍ତି, ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ କର୍ମୀଙ୍କ ଭଲ ସମାବେଶ ହୋଇଥିଲା। ଅନୁଗୋଳ ନିର୍ବାଚନ ମଣ୍ଡଳୀର ହୋଇ ନ ଥିବାରୁ ଯୁବ ବିଜେଡି ସଭାପତିଙ୍କୁ ଡକାଯାଇ ନାହିଁ। ତେବେ ଅନୁଗୋଳ ବିଧାୟକ ଏ ନେଇ ଭଲଭାବେ କହିପାରିବେ ବୋଲି ବସ୍ତିଆ ପ୍ରକାଶ କରିଥିଲେ। ବରିଷ୍ଠ ପର୍ଯ୍ୟବେକ୍ଷକ ପ୍ରତାପ ଜେନା କହିଛନ୍ତି, ଅଧିକ ସଂଖ୍ୟକ ଚେୟାର ପକାଯାଇଥିଲା। ଯୁବ ବିଜେଡି ସଭାପତିଙ୍କୁ କାହିଁକି ଡକାଯାଇ ନାହିଁ ସେ ଜାଣି ନାହାନ୍ତି। ପର୍ଯ୍ୟବେକ୍ଷକ ମୁଦୁଲି କହିଛନ୍ତି, ଦଳରେ ଥିବା ଅସନ୍ତୋଷ ସମ୍ପର୍କରେ ଆଲୋଚନା କରାଯିବ। ଜିଲା ଯୁବ ବିଜେଡି ସଭାପତି ପ୍ରଧାନ କହିଛନ୍ତି, ପ୍ରତିଷ୍ଠା ଦିବସ ପାଳନ ସମ୍ପର୍କରେ ସୂଚନା ନ ଥିଲା। ସେ ଅନୁଗୋଳ ନିର୍ବାଚନମଣ୍ଡଳୀର ଓ ଗତ ୩ଥର ଏଠାରେ ଭୋଟ ଦେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?