ପ୍ରତିଷ୍ଠା ଦିବସରେ ପତିଆରା ରାଜନୀତି

ଅନୁଗୋଳ ଅଫିସ, ୧୪ା୧: ଅନୁଗୋଳ ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର ବିଜେଡି ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଅନୁଗୋଳ ସଭାଘରଠାରେ ଆୟୋଜିତ ଏହି ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ଜିଲା ଯୁବ ବିଜେଡି ସଭାପତି ଦୀନେଶ ପ୍ରଧାନ ଓ ବହୁ ବରିଷ୍ଠ କର୍ମୀଙ୍କୁ ଆମନ୍ତ୍ରଣ କରାଯାଇ ନ ଥିବାରୁ ଦଳରେ ଗୋଷ୍ଠୀ ବିବାଦ ଚର୍ଚ୍ଚା ଆରମ୍ଭ ହୋଇଛି। ଆୟୋଜକ ଗୋଷ୍ଠୀ ନିଜ ପତିଆରା ଜାହିର କରିବାକୁ ଏପରି କରିଥିବା ଅସନ୍ତୁଷ୍ଟ କର୍ମୀ ମହଲରେ ଆଲୋଚନା ହେଉଛି।
ଗତ ଡିସେମ୍ବର ୨୯ରେ ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ ଅବସରରେ ପ୍ରବଳ ଜନ ସମାଗମ ହୋଇଥିବାରୁ ଶୁକ୍ରବାର ଅନୁଗୋଳ ନିର୍ବାଚନମଣ୍ଡଳୀ ବିଜେଡିର ପ୍ରତିଷ୍ଠା ଦିବସରେ ମଧ୍ୟ ଅନୁରୂପ ଭିଡ଼ ହେବ ବୋଲି ଆୟୋଜକମାନେ ଆଶା କରିଥିଲେ। ଏହାଛଡ଼ା ସରକାରଙ୍କ ଘୋଷଣା ଅନୁଯାୟୀ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କୁ ଋଣ ଅର୍ଥ ପ୍ରଦାନ କରାଯିବ ବୋଲି ପ୍ରଚାର କରାଯାଇଥିଲା। ତେଣୁ ଜମାଣିଆ ଗହଳି ଆଶାରେ ବଡ଼ ଧରଣର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ବରିଷ୍ଠ ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ଅନୁଗୋଳ ଜିଲା ପର୍ଯ୍ୟବେକ୍ଷକ ପ୍ରଶାନ୍ତ ମୁଦୁଲି, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପାଲଲହଡ଼ା ବିଧାୟକ ମୁକେଶ ପାଳ, ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ, ନଗରପାଳ ଅକ୍ଷୟ କୁମାର ସାମନ୍ତ ପ୍ରମୁଖ ଯୋଗଦେଇଥିଲେ। ହେଲେ ଆଶା ଅନୁଯାୟୀ କର୍ମୀ କିମ୍ବା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କୁ ଦେଖିବାକୁ ମିଳି ନ ଥିଲା। କିଛି ଗୋଷ୍ଠୀର ସଦସ୍ୟା ଆସିଥିଲେ ମଧ୍ୟ ପ୍ରତିଷ୍ଠା ଦିବସ ପାଳନ ହେଉଥିବା ଜାଣିବା ପରେ ସେମାନେ ଫେରିଯାଇଥିଲେ। ତେଣୁ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଚେୟାର ଫାଙ୍କା ପଡ଼ିଥିବା ଦେଖାଯାଇଥିଲା। ଏ ସମ୍ପର୍କରେ ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ କହିଛନ୍ତି, ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ କର୍ମୀଙ୍କ ଭଲ ସମାବେଶ ହୋଇଥିଲା। ଅନୁଗୋଳ ନିର୍ବାଚନ ମଣ୍ଡଳୀର ହୋଇ ନ ଥିବାରୁ ଯୁବ ବିଜେଡି ସଭାପତିଙ୍କୁ ଡକାଯାଇ ନାହିଁ। ତେବେ ଅନୁଗୋଳ ବିଧାୟକ ଏ ନେଇ ଭଲଭାବେ କହିପାରିବେ ବୋଲି ବସ୍ତିଆ ପ୍ରକାଶ କରିଥିଲେ। ବରିଷ୍ଠ ପର୍ଯ୍ୟବେକ୍ଷକ ପ୍ରତାପ ଜେନା କହିଛନ୍ତି, ଅଧିକ ସଂଖ୍ୟକ ଚେୟାର ପକାଯାଇଥିଲା। ଯୁବ ବିଜେଡି ସଭାପତିଙ୍କୁ କାହିଁକି ଡକାଯାଇ ନାହିଁ ସେ ଜାଣି ନାହାନ୍ତି। ପର୍ଯ୍ୟବେକ୍ଷକ ମୁଦୁଲି କହିଛନ୍ତି, ଦଳରେ ଥିବା ଅସନ୍ତୋଷ ସମ୍ପର୍କରେ ଆଲୋଚନା କରାଯିବ। ଜିଲା ଯୁବ ବିଜେଡି ସଭାପତି ପ୍ରଧାନ କହିଛନ୍ତି, ପ୍ରତିଷ୍ଠା ଦିବସ ପାଳନ ସମ୍ପର୍କରେ ସୂଚନା ନ ଥିଲା। ସେ ଅନୁଗୋଳ ନିର୍ବାଚନମଣ୍ଡଳୀର ଓ ଗତ ୩ଥର ଏଠାରେ ଭୋଟ ଦେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri