୩୩ ମହିଳାକର୍ମୀଙ୍କୁ ଗୁରୁଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୧୧ା୧୧: ଆଉ କିଛି ମାସ ପରେ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ସାଙ୍ଗଠନିକ ସ୍ଥିତିକୁ ମଜଭୁତ କରିବାକୁ ବିଜେଡି ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ବିଜୁ ଯୁବ ଜନତା ଦଳ ପକ୍ଷରୁ ୩୩ ଜଣ ମହିଳାଙ୍କୁ ସଙ୍ଗଠନର ଗୁରୁଦାୟିତ୍ୱ ଦିଆଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜୁ ଯୁବ ଜନତା ଦଳରେ ୮ ଜଣ ସାଧାରଣ ସମ୍ପାଦିକା ଓ ୨୫ ଜଣ ସମ୍ପାଦିକାଙ୍କୁ ନିଯୁକ୍ତି ଦିଆଯାଇଛି। ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ଶନିବାର ଏ ନେଇ ବିଜେଡି ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ବିଜ୍ଞପ୍ତି ଅନୁଯାୟୀ, ଶୁଭଶ୍ରୀ ପଣ୍ଡା, ଅର୍ସି ଆହଦ, ପଦ୍ମିନୀ ପୁରୋହିତ, ଶୁଭାଳି ଶୁଭେଚ୍ଛା ଦାସ, କଳ୍ପସା ଅଙ୍କିତା ଶାହା, ନିହାରିକା ଗିରି, ସାଗରିକା ସାମନ୍ତ ଏବଂ ପ୍ରିୟା ବିଶୋଇଙ୍କୁ ବିଜୁ ଯୁବ ଜନତା ଦଳର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ବାସନ୍ତୀ ପଣ୍ଡା, ସୋନାଲିକା ସ୍ବାଇଁ, ସସ୍ମିତା ରାଉତ, ଦେବସ୍ମିତା ମହାନ୍ତି, ସ୍ବର୍ଣ୍ଣଲତା ନାୟକ, ପୁଣ୍ୟତୋୟା ମହାପାତ୍ର, ସୁଚିସ୍ମିତା ପଣ୍ଡା, ସାଲୋନି ମଙ୍ଗରାଜ, ଭାଗ୍ୟଶ୍ରୀ ମହାନନ୍ଦ, ଅଙ୍କିତା ରାୟ, ପୂର୍ଣ୍ଣପ୍ରତିଚୀ ମହାନ୍ତି, ପୂଜା ପଦ୍ମଜା ପଣ୍ଡା, ଜୟନ୍ତୀ ଦତ୍ତ, ଆଭା ସତରୂପା ପତି, କିରଣ ପଟ୍ଟନାୟକ, ପୂଜାରିଣୀ ରାଉତ, ଏଲିନା ନାୟକ, ଲକ୍ଷ୍ମୀପ୍ରିୟା ଦୀକ୍ଷିତ, ଜୟଶ୍ରୀ ବେହେରା, ଶିବାନୀ ମୁଣ୍ଡା, ଅଳ୍ପନା ପଲେଇ, ଲିଳିମା ପୁଟେଲ, ଲୋପାମୁଦ୍ରା ନାୟକ, ରାଜଶ୍ରୀ ନାୟକ ଏବଂ ମୁସ୍କାନ ଦେବନାଥଙ୍କୁ ସମ୍ପାଦିକା ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri