ମନୋରମାଙ୍କ ଉପରେ ଭରସା, କଟିଲେ ଭୂପିନ୍ଦର

ଭବାନୀପାଟଣା,୧୧।୪(ଉତ୍ତମ କୁମାର ଦାଶ): ବିଧାନସଭା ଆସନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହି କ୍ରମରେ କଳାହାଣ୍ଡିରେ ବିଜେଡି ପୁଣି ମହିଳା କାର୍ଡ ଖେଳିଛି।

ଜିଲାର ନର୍ଲା ବିଧାନସଭା ମଣ୍ଡଳୀରେ ବିଧାୟକ ପ୍ରାର୍ଥିନୀ ଭାବେ ସ୍ଥାନୀୟ ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତିଙ୍କୁ ଦଳ ଟିକେଟ ଦେଇଛି। ଅନ୍ୟପକ୍ଷେ ବର୍ତ୍ତମାନ ବିଧାୟକ ଥିବା ଭୂପିନ୍ଦର ସିଂହଙ୍କୁ ଟିକେଟ କାଟି ମନୋରମାଙ୍କୁ ଭରସା କରିଛି ଦଳ। ଏହା ପୂର୍ବରୁ ବିଜେଡି ମହିଳା କାର୍ଡ ଖେଳି ଭବାନୀପାଟଣା ନିର୍ବାଚନମଣ୍ଡଳୀ ବିଧାୟକ ପ୍ରାର୍ଥିନୀ ଭାବେ ଲଳିତା ନାଏକଙ୍କୁ ଟିକେଟ ଦେଇସାରିଛି।

ଜିଲାରେ ୫ଟି ନିର୍ବାଚନମଣ୍ଡଳୀରେ ଚଳିତ ନିର୍ବାଚନରେ ପ୍ରଥମ ଥର ପାଇଁ ବିଜେଡି ୨ଟି ବିଧାନସଭା କ୍ଷେତ୍ରରେ ମହିଳାଙ୍କୁ ସୁଯୋଗ ଦେଇଛି। ମନୋରମାଙ୍କୁ ଟିକେଟ ମିଳିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିବା ବେଳେ ସମର୍ଥକମାନେ ପୁଷ୍ପମାଲ୍ୟ ଦେଇ ଭବ୍ୟ ସ୍ବାଗତ କରିଛନ୍ତି।

ମନୋରମା ପୂର୍ବରୁ ନର୍ଲା ବ୍ଲକ ଅଧ୍ୟକ୍ଷା ରହିଥିବାବେଳେ ଏଥର ମଧ୍ୟ ବ୍ଲକ ଅଧ୍ୟକ୍ଷା ରହିଛନ୍ତି। ତାଙ୍କ ସ୍ବାମୀ ଦୁର୍ଗା ପ୍ରସାଦ ମହାନ୍ତି ମଧ୍ୟ ବର୍ତ୍ତମାନ ବ୍ଲକ ଉପାଧ୍ୟକ୍ଷ ରହିଛନ୍ତି। ଚଳିତ ନିର୍ବାଚନରେ ନର୍ଲାରେ ଭାଜପା ବିଧାୟକ ପ୍ରାର୍ଥୀ ଭାବେ ଅନିରୁଦ୍ଧ ପଧାନ, କଂଗ୍ରେସ ପକ୍ଷରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଟିକେଟ ପାଇଛନ୍ତି। ବର୍ତ୍ତମାନ ବିଜେଡି ମନୋରମାଙ୍କୁ ଟିକେଟ ଦେବାପରେ ଏଠାରେ ତ୍ରିମୁଖୀ ଲଢେଇ ହେବ ବୋଲି ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କଲେ ମୋଦୀ, ମନ୍ କି ବାତ୍‌ରେ ଚାଷଶୈଳୀର…

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩୧ ତମ ‘ମନ୍ କି ବାତ୍’ ଜରିଆରେ ଦେଶବାସୀଙ୍କୁ ମନର କଥା କହିଛନ୍ତି । ଏହି ସମୟରେ ସେ ଓଡ଼ିଶାର ଯୁବ…

ରେଳଯାତ୍ରୀଙ୍କ ପାଇଁ ଖୁସିଖବର! ବୋର୍ଡିଂ ନିୟମରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୨।୨: ଭାରତୀୟ ରେଳବାଇ ଯାତ୍ରୀମାନଙ୍କୁ ଏକ ବଡ଼ ସୁବିଧା ଦେବାକୁ ପ୍ରସ୍ତୁତି ଚଳାଇଛି। ଏଣିକି ଯାତ୍ରୀମାନେ ନିଜର ବୋର୍ଡିଂ ପଏଣ୍ଟ (ଯେଉଁ ଷ୍ଟେଶନରୁ ଟ୍ରେନ ଚଢ଼ିବେ) ବଦଳାଇବା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Ex-Wifeଙ୍କୁ ଭୁଲି ନାହାଁନ୍ତି ହାର୍ଦ୍ଦିକ! ଏତେ ଟଙ୍କାର କାର ଉପହାର ଦେଲେ, ଜାଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୨।୨: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ ଏବଂ ପୁଅ ଅଗସ୍ତ୍ୟ ପାଣ୍ଡ୍ୟାଙ୍କୁ ୪ କୋଟି ମୂଲ୍ୟର ଏକ କାର ଉପହାର ଦେଇଛନ୍ତି। ଏହି…

ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…

ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ…

ରାଜଧାନୀରେ ବଢ଼ୁଛି ନିଶା କାରବାର

ଭୁବନେଶ୍ୱର,୨୨।୨(ତ୍ରିନାଥ ମହାନ୍ତି): ଟ୍ବିନ୍‌ ସିଟିରେ ଛାଇଗଲେଣି ନିଶା ବେପାରୀ। ପ୍ରତିବର୍ଷ ଗିରଫ ହେଉଥିବା ନିଶା ବ୍ୟବସାୟୀଙ୍କ ସଂଖ୍ୟା ଏବଂ ମାମଲା ରୁଜୁର ତଥ୍ୟକୁ ଦେଖିଲେ ଏହା ସ୍ପଷ୍ଟ…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌…

ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri