ଅମରେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ହାଟଡିହୀ,୨୬l୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ବିଜେଡ଼ିର ମିଡ଼ିଆ ସେଲ ସଂଯୋଜକ ଭାବେ ଦାୟିତ୍ୱ ତୁଲାଇଥିଲାବେଳେ ବିଜୁ ଛାତ୍ର ଜନତା ଦଳ ଜିଲା ସଭାପତି ଭାବେ ହାଟଡ଼ିହୀ ବ୍ଲକ କଳିଙ୍ଗା ପଞ୍ଚାୟତର ଅମରେନ୍ଦ୍ର ଧଳଙ୍କୁ ନିଯୁକ୍ତି ଦିଆଯାଇଛି l ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଚଳିତ ମାସ ଗତ ୨୫ ତାରିଖ କାର୍ଯ୍ୟାଳୟ ଆଦେଶ ଅନୁଯାୟୀ ଏହି ନିଯୁକ୍ତି ପ୍ରକାଶ କରିଛନ୍ତି l ଏହି ନିଯୁକ୍ତି ଆଦେଶରେ ଦେଓଗଡ଼ ଜିଲାର ଭବାନୀ ଶଙ୍କର ସାହୁ, ଗଜପତିର ବିଶ୍ୱଜିତ୍ ତ୍ରିପାଠୀ, ଝାରସୁଗୁଡ଼ାର ଶିବାଶିଷ ପଟ୍ଟନାୟକ, କନ୍ଧମାଳର ସୁନିଲ କୁମାର ସେଠି, ନୟାଗଡ଼ର ଅମରେଶ୍ୱର ଜେନା, ରାୟଗଡ଼ାର ଉଦୟ ହିମରିକା, ସମ୍ବଲପୁରର ଶୁଭ୍ରାଂଶୁ ଶେଖର ପାଢ଼ୀ, ସୁବର୍ଣ୍ଣପୁରର ଅଭିଷେକ ଶର୍ମା, ସୁନ୍ଦରଗଡର ଆଦିତ୍ୟ ନାଥ ଗିରି ପ୍ରମୁଖଙ୍କୁ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି ଭାବେ ନିଯୁକ୍ତି ଦିଆଯାଇଛି l
ସୂଚନା ଯୋଗ୍ୟ, ଅମରେନ୍ଦ୍ର ୨୦୧୭ ଠାରୁ ୨୦୨୨ ପର୍ଯ୍ୟନ୍ତ ନିଜ ପଞ୍ଚାୟତର ସରପଞ୍ଚ, ୨୦୧୫ ରୁ ୨୦୨୪ ପର୍ଯ୍ୟନ୍ତ ରାଜ୍ୟ ବିଜୁ ଛାତ୍ର ଜନତା ଦଳର ସାଧାରଣ ସମ୍ପାଦକ, ୨୦୧୨ ରୁ ୨୦୧୩ ପର୍ଯ୍ୟନ୍ତ ବିପିୟୁଟିର ଉପସଭାପତି ଭାବେ ଦାୟିତ୍ୱ ଲାଇଥିଲେ l ଅମରେନ୍ଦ୍ର କହିଛନ୍ତି ଯେ, ଆସନ୍ତା ଦିନରେ ଛାତ୍ର ସଂଗଠନକୁ ଅଧିକରୁ ଅଧିକ ଶକ୍ତିଶାଳୀ କରିବା ଏବଂ ସମସ୍ତ କାର୍ଯ୍ୟକ୍ରମକୁ ସଠିକ ଭାବେ କରାଯିବ l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?