”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ, ” ସକାଳ ୭ଟାରେ ପୁରୀରେ ଆଶ୍ଚର୍ଯ୍ୟଜନକ ଭିଡ଼ ଦେଖିଲି, ପ୍ରଭୁ ଜଗନ୍ନାଥ ଯେକୌଣସି ଲୋକର ଆଶା ପୂରଣ କରନ୍ତି ଓଡ଼ିଶାର ସୁଖ ସମୃଦ୍ଧି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶିଷ ମାଗିଲି।

ଏହାପରେ ସେ ରାଜ୍ୟ ସରକାରଙ୍କ ଉପରେ ଖୁବ ବର୍ଷିଥିଲେ। ”କିଛି ନିର୍ଦ୍ଦିଷ୍ଟ ଭ୍ରଷ୍ଟାଚାରୀ ମୁଖ୍ୟମନ୍ତ୍ରୀଙ୍କ ନିବାସକୁ ପୂରା ଘେରି ରହିଛନ୍ତି, ଓଡ଼ିଶାକୁ ଡିଏମ୍‌ଏଫ୍ ଭାବେ ୨୬ ହଜାର କୋଟି ଟଙ୍କା ଦେଇଛୁ। କିନ୍ତୁ ବିଜେଡି ଶାସନରେ ଓଡ଼ିଶା ସଂପଦ, ସଂସ୍କୃତି ସବୁ ଅସୁରକ୍ଷିତ ଓଡ଼ିଶାର ଗରିବୀ ଦେଖି ମୋ ହୃଦୟକୁ ବହୁତ କଷ୍ଟ ହେଉଛି। ଏହି ସମୟରେ ମୋଦି ନରମ କଣ୍ଠରେ କହିଥିଲେ ମୋ ଓଡ଼ିଶାକୁ କିଏ ଏମିତି ବରବାଦ କରିଦେଲା। ”

ଏହାପରେ ସେ ”ଓଡ଼ିଶା ବରବାଦୀର କାରଣ ହେଲା ବିଜେଡି ସରକାର ବୋଲି କହିଥିଲେ। ବିଜେଡି ସରକାର ପୂରା ଭ୍ରଷ୍ଟାଚାରୀଙ୍କ ଦ୍ବାରା ଘେରି ରହିଛି। ସେପଟେ ସାରା ଦେଶବାସୀ ମୋଦି ସରକାରଙ୍କୁ ୩ୟ ଥର ଆଣିବାକୁ ଚାହୁଁଛନ୍ତି, ନିର୍ବାଚନୀ ପର୍ବରେ ନବଯୁବକଙ୍କ ଉତ୍ସାହ ସର୍ବତ୍ର ଦେଖିବାକୁ ମିଳୁଛି। ତେଣୁ ଓଡ଼ିଶାରେ ପ୍ରଥମ ଥର ଡବଲ ଇଞ୍ଜିନ ସରକାର ଆସିବାକୁ ଯାଉଥିବା ସେ କହିଥିଲେ।”

ସେହିପରି ସେ କହିଥିଲେ, ”ବିଜେଡି ଶାସନରେ ଜଗନ୍ନାଥ ସଂସ୍କୃତି ବି ସୁରକ୍ଷିତ ନୁହେଁ, ଗଲା ୬ ବର୍ଷ ହେଲାଣି ରତ୍ନଭଣ୍ଡାର ଚାବିର ପତ୍ତା ମିଳୁନି। ଆମ ଘରର ଚାବି ହଜିଲେ ଆମେ ପ୍ରଭୁ ଜଗନ୍ନାଥଙ୍କୁ ଡାକୁ, ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରେ ଆମ ଘର ଚାବି ମିଳିଯାଏ ୬ ବର୍ଷ ହେଲାଣି କିନ୍ତୁ ରତ୍ନଭଣ୍ଡାର ଚାବି ମିଳୁନାହିଁ। ଏହା ପଛରେ ମୁଖ୍ୟମନ୍ତ୍ରୀଙ୍କୁ ଘେରି ରହିଥିବା ଲୋକ ଦାୟୀ। ତେବେ ଯାଞ୍ଚ ରିପୋର୍ଟରେ କଣ ଥିଲା, କେଉଁ କାରଣରୁ ବିଜେଡି ସରକାର ରିପୋର୍ଟ ଲୁଚାଇ ରଖିଛନ୍ତି, ବିଜେଡିର ଚୁପ୍‌ ରହିବା ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ତେବେ ଓଡ଼ିଶାରେ ବିଜେପି ସରକାର ଆସିବା କ୍ଷଣି କ୍ଷିର-ପାଣି ଅଲଗା ହେବ, ଭାଜପା ସରକାର ଯାଞ୍ଚ ରିପୋର୍ଟକୁ ସାର୍ବଜନୀନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?