ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ହେଭିଓ୍ବେଟ ନେତା ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ନିର୍ବାଚନ ପ୍ରଚାର କରିଛନ୍ତି। ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ସେ ଯୋଗଦେଇ ଓଡ଼ିଶାରେ ଭାଜପା ସରକାର ଗଠନ ହେବା ନିହାତି ଆବଶ୍ୟକ ବୋଲି କହିଛନ୍ତି।
ଜୟ ଜଗନ୍ନାଥ କହି ଭାଜପା ଆରମ୍ଭ କରି ନଡ୍ଡା କହିଛନ୍ତି, ଓଡ଼ିଶାକୁ ଆଗକୁ ନେବାକୁ ନିର୍ବାଚନ ଇଏ। ମୋଦିଙ୍କ ବିକାଶକୁ ପହଞ୍ଚାଇବାକୁ ହେଲେ ଓଡ଼ିଶାରେ ଭାଜପା ସରକାର ଗଠନ ହେବା ଜରୁରୀ। ଓଡ଼ିଶାର ୩ କୋଟି ୨୦ ଲକ୍ଷ ଲୋକଙ୍କୁ ମାଗଣା ରାଶନ ମିଳିଛି। ଗତ ୫ ବର୍ଷରେ ୪ କୋଟି ପକ୍କା ଘର ବଣ୍ଟନ କରାଯାଇଛି। ୧୦ କୋଟି ୭୪ ଲକ୍ଷ ପରିବାରକୁ ଆୟୁଷ୍ମାନ ଭାରତ ସୁବିଧା ମିଳୁଛି। କିନ୍ତୁ ଆୟୁଷ୍ମାନ ଭାରତ ଯୋଜନାରୁ ଏଠାରେ ଓଡ଼ିଶାର ଲୋକଙ୍କୁ ବଞ୍ଚିତ କରିଛନ୍ତି ଏ ସରକାର। ଏଭଳି ସରକାର ରହିବା ଅପେକ୍ଷା ବଦଳିବା ଦରକାର। ବିପକ୍ଷ ଥିବା ସତ୍ତ୍ୱେ ଓଡ଼ିଶାକୁ କେନ୍ଦ୍ରରୁ ସର୍ବାଧିକ ଅନୁଦାନ ମିଳିଛି। ରେଲୱେରେ ଓଡ଼ିଶା ପାଇଁ ୧୨ ଗୁଣା ବଜେଟ ବଢ଼ାଯାଇଛି। ୫୫୦ କୋଟି ଟଙ୍କାରେ ୨୫ ରେଳ ଷ୍ଟେଶନ କାମ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri