ବିରୋଧ କାମ ଦେଲାନି, ଦାମଙ୍କ ପରିବାରକୁ ଟିକେଟ

ପାରାଦୀପ ୧୨।୪(ଶରତ ରାଉତ):ପାରାଦୀପ ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ବିଧାୟକ ସମ୍ବିତ ରାଉତରାୟଙ୍କ ପତ୍ନୀ ଗୀତାଞ୍ଜଳିଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ଏହି ଖବର ଜଣାପଡ଼ିବା ପରେ ସମ୍ବିତଙ୍କ ସମର୍ଥକମାନେ ଷଣ୍ଢକୁଦ ବସ୍ତିରେ ବାଣ ଫୁଟାଇଛନ୍ତି। ଅପରପକ୍ଷେ ଦାମୋଦର ରାଉତଙ୍କ ପରିବାରକୁ ବିରୋଧ କରୁଥିବା ଗୋଷ୍ଠୀଙ୍କ ମଧ୍ୟରେ ନୈରାଶ୍ୟ ଭାବ ଦେଖିବାକୁ ମିଳିଛି। ଏହି ଆସନ ପାଇଁ ବିଜେଡି ମହିଳା କାର୍ଡ ଖେଳିଥିବା ଚର୍ଚ୍ଚା ହୋଇଛି। ଗୀତାଞ୍ଜଳିଙ୍କ ନାମ ଘୋଷଣା ପରେ ଆଶାୟୀ ଦୌଡ଼ରେ ଥିବା ପୌରାଧ୍ୟକ୍ଷ ତଥା ନଗର ବିଜେଡି ସଭାପତି ବସନ୍ତ ବିଶ୍ବାଳ, ସଦ୍ୟ କଂଗ୍ରେସରୁ ଆସି ବିଜେଡିରେ ମିଶିଥିବା ବାପି ସର୍ଖେଲଙ୍କ ସ୍ତ୍ରୀ ମୋନିଦୀପା ନିରାଶ ହୋଇଛନ୍ତି। ଦାମୋଦର ରାଉତଙ୍କ ପରିବାରରୁ କାହାକୁ ପ୍ରାର୍ଥୀ ନ କରିବା ପାଇଁ କୁଜଙ୍ଗ, ରାହାମା, ପାରାଦୀପ ଅଞ୍ଚଳରେ ଅସନ୍ତୁଷ୍ଟ ଦଳୀୟ କର୍ମୀମାନେ ୧୦ ରୁ ଅଧିକ ଥର ବୈଠକ କରିଥିଲେ। ଏପରିକି ନବୀନ ନିବାସ ଓ ଶଙ୍ଖ ଭବନରେ ମଧ୍ୟ ବିରୋଧ କରିଥିଲେ। ବୁଧବାର ଉଭୟ ପକ୍ଷ ଜିଲା ପର୍ଯ୍ୟବେକ୍ଷକ ଅରୁଣ ସାହୁଙ୍କ ପାଖରେ ପରସ୍ପର ବିରୋଧରେ ଅଭିଯୋଗ କରିଥିଲେ। ଏସବୁ ପରେ ପ୍ରାର୍ଥୀ ବଦଳ ହେବ ବୋଲି ସ୍ଥାନୀୟ ଅଞ୍ଚଳରେ ଆଲୋଚନା ହେଉଥିଲା। ମାତ୍ର ଗୀତାଞ୍ଜଳିଙ୍କ ନାମ ଘୋଷଣା ପରେ ବିରୋଧ କରୁଥିବା ଦଳୀୟ କର୍ମୀମାନେ ବୈଠକ ପରେ ପରବର୍ତ୍ତୀ ନିଷ୍ପତ୍ତି ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri