‘ବିଜେଡି ଅହଂକାରୀ ହୋଇଯାଇଛି’

ଅନୁଗୋଳ ଅଫିସ,୧୫।୩

ରାଜ୍ୟରେ ବିଜେଡିର ଗୁଣ୍ଡାଗର୍ଦ୍ଦି ଓ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଲୋକଙ୍କ ଉପରେ ଜାଣିଶୁଣି ଗାଡି ଚଢ଼େଇଦେବା ଘଟଣାର ପ୍ରତିବାଦରେ ଅନୁଗୋଳ ଜିଲା ଭାଜପା ପକ୍ଷରୁ ସୋମବାର ଏକ ମୌନ ସତ୍ୟାଗ୍ରହ ତହସିଲ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନେତା ରୁଦ୍ର ନାରାୟଣ ପାଣି ଯୋଗଦେଇ କହିଲେ ଯେ, କ୍ଷମତା ନିଶାରେ ବିଜେଡି ଅହଙ୍କାରୀ ହୋଇଯାଇଛି। ଦଳର ନେତା, ମନ୍ତ୍ରୀମାନେ ବିଭିନ୍ନ ସଙ୍ଗିନ ଆପରାଧିକ କାର୍ଯ୍ୟରେ ଲିପ୍ତ ଅଛନ୍ତି। ଦୁର୍ନୀତି କଥା ନ କହିଲେ ଭଲ। ତେଣୁ ଦୋଷୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତିମା ମିଶ୍ର, ଜିଲା ସାଧାରଣ ସମ୍ପାଦକ ସୁଦୀପ ଗଡ଼ନାୟକ, ବିଶ୍ୱଜିତ ମିଶ୍ର, ସୁନୀଲ କୁମାର ସାହୁ, ଚନ୍ଦ୍ରକାନ୍ତ ଧଳ, ଦିଲୀପ କୁମାର ଦାସ, ନମିତା ଦଳ ବେହେରା, ସୁଷମା ବେହେରା, କଳ୍ପନା ସାହୁ, ବିଜୟ ମାଝି, ସରିତା ମିଶ୍ର, ମହମ୍ମଦ ସବୀର, ରାଜେଶ ଜିନ୍ଦଲ, ଗୋପାଳ ଦାସ, କମଳକାନ୍ତ ସାହୁଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?