ବିକାଶ ନାଁରେ ବିଶ୍ୱାସଘାତ କରିଛି ବିଜେଡି: ମୋଦି

ରେମୁଣା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବାଲେଶ୍ୱର ଜିଲାର ରେମୁଣାଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏଠାରେ ଆୟୋଜିତ ଜନସମାବେଶକୁ ସମ୍ବୋଧିତ କରି ମୋଦି କହିଛନ୍ତି, ଓଡ଼ିଶା ଲୋକଙ୍କ ଭଲପାଇବାକୁ ମୁଁ କେବେ ଭୁଲି ପାରିବି ନାହିଁ। ଆପଣମାନଙ୍କ ଭଲ ପାଇବା ଯୋଗୁ ମୁଁ ଓଡ଼ିଶା ଆସୁଛି। ଏଥିସହିତ ଭାଷଣ ଆରମ୍ଭରୁ ମୋଦି ବିଜେଡିକୁ ପୂରା ଟାର୍ଗେଟ୍‌ କରି ପ୍ରବଳ ବର୍ଷିଛନ୍ତି। ମୋଦି କହିଛନ୍ତି, ବିଜେଡିକୁ ୨୫ ବର୍ଷ ଶାସନ ଦେଲେ ଓଡ଼ିଶାବାସୀ। ମାତ୍ର ବିଜେଡି ସରକାର ବିକାଶ ନାଁରେ ବିଶ୍ୱାସଘାତ କରିଛି। ବିଜେଡି ନେତା ନକଲି କାଗଜପତ୍ର କରି ଚାଷୀଙ୍କ ନାଁରେ ଋଣ କରିନେଇଛନ୍ତି। ଆପଣମାନଙ୍କ ପଇସା ନେଇ ବିଜେଡି ନେତା ନିର୍ବାଚନ ଲଢୁଛନ୍ତି। ଆଜି ସାରା ଦେଶ ଚାହୁଁଛି ରତ୍ନଭଣ୍ଡାର ଚାବି କୁଆଡ଼େ ଗଲା। ବିଜେଡି ଯାହା ଲୁଚାଇବାକୁ ଚାହୁଁଛି, ଭାଜପା ତାହାର ମୁଖା ଖୋଲିବ। ଓଡ଼ିଆ ଅସ୍ମିତା ଓ ଓଡ଼ିଶାର ବିକାଶ ପାଇଁ ଏଥର ଓଡ଼ିଶାରେ ସରକାର ଗଢ଼ିବ ଭାଜପା। ଲୋକେ କହୁଛନ୍ତି, ବିଜେଡିକୁ ଭୋଟ୍‌ ଦେଲେ ଏଥର ବେକାର ହୋଇଯିବ। ଏଠାରେ ଭାଜପା ସରକାର ମୁଖ୍ୟମନ୍ତ୍ରୀ ହେଲେ ପର୍ଯ୍ୟଟନର ବିକାଶ ହେବ ବୋଲି ପ୍ରଧାନମନ୍ତ୍ରୀ ଜୋର୍‌ ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri