ଚିକିଟିରେ ବିଜେଡି କରିଛି ବୁଥ୍‌ ରିଗିଂ

ଭୁବନେଶ୍ୱର, ୨୬।୩(ବ୍ୟୁରୋ):  ଚଳିତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡିର କର୍ମୀମାନଙ୍କ ଗୁଣ୍ଡାଗର୍ଦ୍ଦି ସବୁ ସୀମାକୁ ଟପିଯାଇଛି। ଏଥିରେ ସେମାନଙ୍କୁ ପୋଲିସ ଓ ପ୍ରଶାସନ ସମ୍ପୂର୍ଣ୍ଣ ସହାୟତା କରୁଛି। ପ୍ରଶାସନର ଉପସ୍ଥିତିରେ ଶାସକ ଦଳ ନେତା ଓ କର୍ମୀମାନେ ବ୍ୟାପକ ମାତ୍ରରେ ବୁଥ୍‌ ରିଗିଂ କରିବା ସତ୍ତ୍ୱେ ବିଶୃଙ୍ଖଳାକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ବିଜେଡିର ସମସ୍ତ ଅଗଣତାନ୍ତ୍ରିକ ଓ ହିଂସା କାର୍ଯ୍ୟକଳାପ ପ୍ରସଙ୍ଗରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ବାରମ୍ବାର ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆ ନ ଯିବାରୁ ରାଜ୍ୟରେ ନିର୍ବାଚନୀ ହିଂସାକାଣ୍ଡ କ୍ରମାଗତ ବଢୁଛି। ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଏବଂ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରୁଥିବା ସରକାରୀ କର୍ମଚାରୀ ଓ ଏଭଳି ଅଗଣତାନ୍ତ୍ରିକ କାର୍ଯ୍ୟରେ ସମ୍ପୃକ୍ତ ପୋଲିସ ଅଧିକାରୀଙ୍କ ପ୍ରତି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ରାଜ୍ୟ ନିର୍ବାଚନ କମିଶନ ଗ୍ରହଣ କରନ୍ତୁ। ଗଞ୍ଜାମ ଜିଲା ଚିକିଟି ଏନ୍‌ଏସି ନିର୍ବାଚନ ସମୟରେ ଶାସକ ବିଜେଡି ତରଫରୁ ଯେଉଁଭଳି ବୁଥ୍‌ ରିଗିଂ କରାଗଲା ଏବଂ ଏହାକୁ ବିରୋଧ କରିବାରୁ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ଯେଉଁଭଳି ମରଣାନ୍ତକ ଆକ୍ରମଣ କରାଗଲା, ତାହା ଅତ୍ୟନ୍ତ ନିନ୍ଦନୀୟ ଓ ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ। ଏହି ପ୍ରସଙ୍ଗରେ ଭାଜପାର ଏକ ପ୍ରତିନିଧି ଦଳ ଶୁକ୍ରବାର ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି ଘଟଣା ସମ୍ପର୍କରେ ଅବଗତ କରିବା ସହିତ ଦୋଷୀଙ୍କ ବିରୋଧରେ ବିହୀତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri