ଚିକିଟିରେ ବିଜେଡି କରିଛି ବୁଥ୍‌ ରିଗିଂ

ଭୁବନେଶ୍ୱର, ୨୬।୩(ବ୍ୟୁରୋ):  ଚଳିତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡିର କର୍ମୀମାନଙ୍କ ଗୁଣ୍ଡାଗର୍ଦ୍ଦି ସବୁ ସୀମାକୁ ଟପିଯାଇଛି। ଏଥିରେ ସେମାନଙ୍କୁ ପୋଲିସ ଓ ପ୍ରଶାସନ ସମ୍ପୂର୍ଣ୍ଣ ସହାୟତା କରୁଛି। ପ୍ରଶାସନର ଉପସ୍ଥିତିରେ ଶାସକ ଦଳ ନେତା ଓ କର୍ମୀମାନେ ବ୍ୟାପକ ମାତ୍ରରେ ବୁଥ୍‌ ରିଗିଂ କରିବା ସତ୍ତ୍ୱେ ବିଶୃଙ୍ଖଳାକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ବିଜେଡିର ସମସ୍ତ ଅଗଣତାନ୍ତ୍ରିକ ଓ ହିଂସା କାର୍ଯ୍ୟକଳାପ ପ୍ରସଙ୍ଗରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ବାରମ୍ବାର ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆ ନ ଯିବାରୁ ରାଜ୍ୟରେ ନିର୍ବାଚନୀ ହିଂସାକାଣ୍ଡ କ୍ରମାଗତ ବଢୁଛି। ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଏବଂ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରୁଥିବା ସରକାରୀ କର୍ମଚାରୀ ଓ ଏଭଳି ଅଗଣତାନ୍ତ୍ରିକ କାର୍ଯ୍ୟରେ ସମ୍ପୃକ୍ତ ପୋଲିସ ଅଧିକାରୀଙ୍କ ପ୍ରତି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ରାଜ୍ୟ ନିର୍ବାଚନ କମିଶନ ଗ୍ରହଣ କରନ୍ତୁ। ଗଞ୍ଜାମ ଜିଲା ଚିକିଟି ଏନ୍‌ଏସି ନିର୍ବାଚନ ସମୟରେ ଶାସକ ବିଜେଡି ତରଫରୁ ଯେଉଁଭଳି ବୁଥ୍‌ ରିଗିଂ କରାଗଲା ଏବଂ ଏହାକୁ ବିରୋଧ କରିବାରୁ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ଯେଉଁଭଳି ମରଣାନ୍ତକ ଆକ୍ରମଣ କରାଗଲା, ତାହା ଅତ୍ୟନ୍ତ ନିନ୍ଦନୀୟ ଓ ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ। ଏହି ପ୍ରସଙ୍ଗରେ ଭାଜପାର ଏକ ପ୍ରତିନିଧି ଦଳ ଶୁକ୍ରବାର ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି ଘଟଣା ସମ୍ପର୍କରେ ଅବଗତ କରିବା ସହିତ ଦୋଷୀଙ୍କ ବିରୋଧରେ ବିହୀତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri