ଘରେ ଘରେ ଶଙ୍ଖ ପହଞ୍ଚାଇବାକୁ ନବୀନଙ୍କ ଆହ୍ବାନ

ଭୁବନେଶ୍ୱର,୫ା୯(ଅନିଲ ଦାସ):ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ସେମାନଙ୍କ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କଲେଣି। ତୃଣମୂଳ ସଙ୍ଗଠନକୁ ସୁଦୃଢ଼ କରିବା ସହ ସ୍ଥାନୀୟ ଟାଣୁଆ ନେତାଙ୍କୁ ନିଜ ସପକ୍ଷରେ ନେବାକୁ କସରତ ମଧ୍ୟ ଆରମ୍ଭ ହୋଇଛି। ବିଜେଡି ଆଗାମୀ ନିର୍ବାଚନ ରୋଡମ୍ୟାପ ପ୍ରସ୍ତୁତ କରିଛି। ସୋମବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡିର ପର୍ଯ୍ୟବେକ୍ଷକ ଓ ଅନ୍ୟାନ୍ୟ କର୍ମକର୍ତ୍ତାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଦଳର ସମସ୍ତ ଜିଲା ପର୍ଯ୍ୟବେକ୍ଷକ, ଛାମୁଆ ସଙ୍ଗଠନର ସଭାପତି ଓ ବରିଷ୍ଠ ନେତାମାନେ ଯୋଗଦେଇଥିଲେ। ତୃଣମୂଳ ସ୍ତରରେ ସଙ୍ଗଠନକୁ କିପରି ଅଧିକ ମଜଭୁତ କରିହେବ ସେନେଇ କାର୍ଯ୍ୟ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ପରାମର୍ଶ ଦେଇଛନ୍ତି। ଆସନ୍ତା ଗାନ୍ଧୀ ଜୟନ୍ତୀରୁ ରାଜ୍ୟବ୍ୟାପୀ ବିଜେଡିର ପଦଯାତ୍ରା ଆରମ୍ଭ ହେବ। ସେହି ସମୟରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ସହ ଦଳୀୟ ନେତାମାନେ ସରକାରଙ୍କ ଜନହିତକର କାର୍ଯ୍ୟକ୍ରମଗୁଡ଼ିକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ସଭାପତି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ନବୀନ ଜିଲା ପର୍ଯ୍ୟବେକ୍ଷକଙ୍କଠାରୁ ଜିଲାରେ ସାଙ୍ଗଠନିକ ସ୍ଥିତି କ’ଣ ରହିଛି ସେ ନେଇ ପଚାରି ବୁଝିଛନ୍ତି। ବୈଠକ ଶେଷରେ ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ଦେବୀ ମିଶ୍ର କହିଛନ୍ତି ଯେ, ସାଙ୍ଗଠନିକ ପ୍ରକ୍ରିୟାକୁ କିପରି ଅଧିକ ଶାଣିତ କରାଯାଇ ପାରିବ ସେ ନେଇ ଦଳର ସଭାପତି ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟ ସଭା ଏମ୍‌ପି ମାନସ ମଙ୍ଗରାଜ, ମନ୍ତ୍ରୀ ସାରଦା ପ୍ରସାଦ ନାୟକ, ପ୍ରଦୀପ ଅମାତ, ପ୍ରଫୁଲ୍ଲ ମଲ୍ଲିକ, ପ୍ରମିଳା ମଲ୍ଲିକ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବିଧାୟକ ପ୍ରଣବ ବଳବନ୍ତରାୟ, ସୁଧୀର ସାମଲ, ବ୍ୟୋମକେଶ ରାୟ, ପଦ୍ମନାଭ ବେହେରା, ଦେବେଶ ଆଚାର୍ଯ୍ୟ, ଅରୁଣ ସାହୁ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଜେନା, ଦେବୀ ରଞ୍ଜନ ତ୍ରିପାଠୀ, ସୁଶାନ୍ତ ସିଂହଙ୍କ ସମେତ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଈଶ୍ୱର ପାଣିଗ୍ରାହୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?