ବୀମା କମ୍ପାନୀଠୁ ବିଜେଡି ନେଇଛି ୧୦୦ କୋଟି: ଭାଜପା

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ଚାଷୀର ବଳ କହୁୁଥିବା ବିଜେଡି ଏବେ ଚାଷୀଙ୍କ ସମସ୍ୟା ଓ ସଙ୍କଟ ବେଳେ ହାତବାନ୍ଧି ବସି ରହିବା ଦୁର୍ଭାଗ୍ୟଜନକ ବୋଲି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରଦୀପ ବିଜେଡି ସରକାରଙ୍କୁ ତୀବ୍ର ସମାଲୋଚନା କରି କହିଛନ୍ତି, ୨୦୨୦-୨୧ ଖରିଫ ଋତୁରେ ଓଡ଼ିଶା ଚାଷୀଙ୍କ ପ୍ରଧାନମନ୍ତ୍ରୀ ଫସଲବୀମା କରିବା ପାଇଁ ରାଜ୍ୟ ସରକାର ଏକ ସଂସ୍ଥା ସହ ଚୁକ୍ତିପତ୍ର ସ୍ବାକ୍ଷର କରିଥିଲେ। ୨୦୨୦-୨୧ ଖରିଫ ବର୍ଷରେ ଅନାବୃଷ୍ଟି ଯୋଗୁ ଓଡ଼ିଶାର ବିଭିନ୍ନ ଜିଲାରେ ଭୟଙ୍କର ମରୁଡ଼ି ସ୍ଥିତି ଉପତ୍ନ୍ନ ହୋଇଥିଲା। ମରୁଡ଼ି ଆକଳନ କରିବା ପାଇଁ ବହୁଦିନରୁ ମିଳିତଭାବେ କୃଷି, ରାଜସ୍ବ, ପରିସଂଖ୍ୟାନ ବିଭାଗ ସହ ବୀମା କମ୍ପାନୀର ପ୍ରତିନିଧିମାନଙ୍କ ଉପସ୍ଥିତିରେ କ୍ରପ୍‌ କଟିଂ ରିପୋର୍ଟ ସଂଗ୍ରହ ହୋଇସାରିଛି। କ୍ରପ୍‌ କଟିଂ ଆଧାରରେ ପ୍ରିମିୟମ ଜମା କରିଥିବା ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲବୀମା ଟଙ୍କା କମ୍ପାନୀଗୁଡିକ ଯୋଗାଇଦେବା କଥା। ବୀମା କମ୍ପାନୀଗୁଡ଼ିକ ଓଡ଼ିଶାର ଚାଷୀଙ୍କୁ ବୀମା କ୍ଷତିପୂରଣ ଦେଉ ନ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କୃଷକ ସଙ୍ଗଠନଗୁଡିକ ଦ୍ୱାରା ରାସ୍ତା, ରେଳ ବନ୍ଦ, ସରକାରୀ କାର୍ଯ୍ୟାଳୟଗୁଡିକରେ ତାଲା ବନ୍ଦ ଆନ୍ଦୋଳନ ଚାଲୁଛି। ବୀମା କମ୍ପାନୀଗୁଡିକ ଏବେ ଓଡ଼ିଶା ଚାଷୀଙ୍କ ସହ ଲୁଚକାଳି ଖେଳୁଛନ୍ତି। ସେପଟେ ବିଜେଡି ଗତ ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ଏହି ବୀମା କମ୍ପାନୀ ଗୁଡ଼ିକଠାରୁ ୧୦୦ କୋଟି ଟଙ୍କା ନିର୍ବାଚନୀ ପାଣ୍ଠି ସଂଗ୍ରହକରି ସେମାନଙ୍କୁ ସୁରକ୍ଷା ଦେବାର କାମ କରୁଛନ୍ତି ବୋଲି ପୁରୋହିତ ଅଭିଯୋଗ କରିଛନ୍ତି। ଏଭଳି ଦୁର୍ବିପାକ ସମୟରେ ସରକାର କାହିଁକି ଚାଷୀଙ୍କୁ ସହାୟତା ଯୋଗାଇ ଦେଉନାହାନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri