ପାଟଣା, ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ପଦ ଦଖଲ କଲା ବିଜେଡି

ପାଟଣା,୧୨ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ସୁକାନ୍ତି ନାଏକ ଓ ସାହାରପଡ଼ା ବ୍ଲକରେ ରୀନା ନାଏକ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଛନ୍ତି। ଶନିବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ବ୍ଲକ ଅଧ୍ୟକ୍ଷା ପଦବୀ ନିର୍ବାଚନ ଆରମ୍ଭ ହୋଇଥିଲା। ଉଭୟ ବ୍ଲକ ଅଧ୍ୟକ୍ଷା ପଦବୀ ଆଦିବାସୀ ମହିଳାମାନଙ୍କ ପାଇଁ ସଂରକ୍ଷିତ ରହିଛି । ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତର ସମିତିସଭ୍ୟା ସୁକାନ୍ତି ନାଏକ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ନିର୍ବାଚନ ଅଧିକାରୀ ପ୍ରତିଭା ପୃଷ୍ଟି ଘୋଷଣା କରିଛନ୍ତି। ଅନୁରୂପ ଭାବେ ସାହାରପଡ଼ା ବ୍ଲକରେ ବଡ଼ବିଲ ସମିତିସଭ୍ୟା ରୀନା ନାଏକ ବ୍ଲକ ଅଧ୍ୟକ୍ଷ ଭାବେ ବିଜୟୀ ଘୋଷିତ ହୋଇଥିବା ନିର୍ବାଚନ ଅଧିକାରୀ ବାବୁଲ ପେରେଇ ଘୋଷଣା କରିଛନ୍ତି। ସୁକାନ୍ତିଙ୍କ ବିଜୟ ପରେ ପାଟଣା ବ୍ଲକ ପରିସରରେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକ, ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରଶାନ୍ତ ଭଞ୍ଜ, ବରିଷ୍ଠ ନେତା ଦେବା ନନ୍ଦ ପୃଷ୍ଟି, ବୁଲୁ ଭଞ୍ଜ, ନବ ନିର୍ବାଚିତ ୧୯ ସମିତିସଭ୍ୟଙ୍କ ଶହ ଶତାଧିକ ବିଜେଡି କର୍ମୀ ଓ ନେତା ବିଜୟ ଉତ୍ସବ ପାଳିଥିଲେ।

ସୂଚନାନୁଯାୟୀ ପାଟଣା ବ୍ଲକରେ ୨୦ ସମିତି ସଭ୍ୟଙ୍କ ମଧ୍ୟରୁ ୨୦ ସମିତିସଭ୍ୟ ଭୋଟ କେନ୍ଦ୍ରକୁ ପ୍ରବେଶ କରିଥିବା ବେଳେ ସାହାରପଡ଼ା ବ୍ଲକର ୨୦ ସମିତିସଭ୍ୟଙ୍କ ମଧ୍ୟରୁ ୧୪ଜଣ ସମିତିସଭ୍ୟ ନିର୍ବାଚନ ପ୍ରକ୍ରିୟାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri