ଟେନ୍‌ସନ୍‌ରେ ବିଜେଡି: ବିଧାୟକ ପ୍ରାର୍ଥୀଙ୍କ କୁଶପୁତ୍ତଳିକା ଦାହ କଲେ ନିଜ ଦଳର କର୍ମୀ

ଖଜୁରିପଡ଼ା,୭ା୪(ବିଦୁର ବେହେରା): କନ୍ଧମାଳ ଜିଲାର ୩ ନିର୍ବାଚନମଣ୍ଡଳୀ ଏବଂ ଗୋଟିଏ ସଂସଦୀୟ କ୍ଷେତ୍ର ପାଇଁ ପ୍ରମୁଖ ୩ ଦଳ ପ୍ରାର୍ଥୀ ଘୋଷଣା କରିଛନ୍ତି। ଯେଉଁମାନଙ୍କୁ ଦଳ ପ୍ରାର୍ଥୀ କରିଛି, ତାହାକୁ ନେଇ ଏବେ ସବୁଠି ଅସନ୍ତୋଷର ସ୍ବର ଉଠିଥିବା ବେଳେ ଦେବେନ୍ଦ୍ର କହଁରଙ୍କ ସମର୍ଥକମାନେ ରବିବାର ବିଜେଡି ପ୍ରାର୍ଥୀ ଜୟଶ୍ରୀଙ୍କର ପ୍ରାର୍ଥିତ୍ୱକୁ ଜୋରଦାର ବିରୋଧ କରିଛନ୍ତି। ସେମାନେ ଖଜୁରିପଡା ବଜାରରେ ବିଜେଡି ବିଧାୟକ ପ୍ରାର୍ଥୀ ଜୟଶ୍ରୀ କହଁରଙ୍କ ଫଟୋ ଚିରିବା ସହିତ ନିଆଁ ଲଗାଇଛନ୍ତି।
ଫୁଲବାଣୀ ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହେବା ପାଇଁ ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ଆଶାୟୀ ଥିଲେ। ହେଲେ ଦଳ ତାଙ୍କୁ ଅଣଦେଖା କରି ଜୟଶ୍ରୀ କହଁରଙ୍କୁ ପ୍ରାର୍ଥୀ କରିଛି, ଯାହାକୁ ନେଇ ଦେବେନ୍ଦ୍ରଙ୍କ ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଦେବେନ୍ଦ୍ର ମଧ୍ୟ ବିଜେଡିରୁ ଇସ୍ତଫା ଦେଇଛନ୍ତି।
ଟଙ୍କା କାରବାର କରି ଜୟଶ୍ରୀ କହଁରଙ୍କୁ ବିଜେଡି ଟିକେଟ ଦେଇଥିବା ନେଇ ଦେବେନ୍ଦ୍ର ଏବଂ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କହଁର ଅଭିଯୋଗ କରିଛନ୍ତି।
ସେହିପରି ପ୍ରତ୍ୟେକ ଥର ଫିରିଙ୍ଗିଆ ବ୍ଲକରୁ ବିଜେଡି ପ୍ରାର୍ଥୀ ଦେଉଥିବାରୁ ଏହାକୁ ନେଇ ଖଜୁରିପଡ଼ା ବିଜେଡି କର୍ମୀମାନେ ବିରୋଧ କରୁଛନ୍ତି। ଖଜୁରିପଡ଼ା ବ୍ଲକରୁ ବିଜେଡି ବିଧାୟକ ପ୍ରାର୍ଥୀ ପାଇଁ ଟିକେଟ ଦୌଡ଼ରେ ଅନେକ ନେତା ଥିଲେ। କିନ୍ତୁ ଫିରିଙ୍ଗିଆର ନେତା ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ସମର୍ଥକ ଜୟଶ୍ରୀ କହଁରଙ୍କୁ ଦଳ ପ୍ରାର୍ଥୀ କଲା। ଏହି ପରିପ୍ରେକ୍ଷୀରେ ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର, ପୂର୍ବତନ ଖଜୁରିପଡ଼ା ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କହଁର, ଅନ୍ୟ ସମର୍ଥକଙ୍କ ସହ ସରପଞ୍ଚ ସମିତି ସଭ୍ୟମାନେ ମିଶି ପଦ୍ମନାଭ ବେହେରା ଏବଂ ବିଧାୟିକା ପ୍ରାର୍ଥୀ ଜୟଶ୍ରୀ କହଁର, ପର୍ଯ୍ୟବେକ୍ଷକ ବିଜୟ ନାୟକଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି। ପଦ୍ମନାଭ ହଟାଅ, କନ୍ଧମାଳ ବଞ୍ଚାଅ, ବିଜୟ ନାୟକ ଗୋ ବ୍ୟାକ୍‌, ଜୟଶ୍ରୀଙ୍କୁ ହଟାଇ ଉଚିତ ପ୍ରାର୍ଥୀ ଚୟନ କରିବାକୁ ନାରାବାଜି କରିଛନ୍ତି। ଏଥର ଫୁଲବାଣୀ ନିର୍ବାଚନମଣ୍ଡଳୀରେ ବିଜେଡି ଉଚିତ୍‌ ପ୍ରାର୍ଥୀ ଦେଇ ନ ଥିବାରୁ ଦଳୀୟ କର୍ମୀମାନେ ସହଯୋଗ କରିବେ ନାହିଁ ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri