ହିନ୍ଦୋଳରେ ବାଜିଲା ଶଙ୍ଖ: ଏନ୍‌ଏସି ପଦ ହାତେଇଲା ବିଜେଡି

ଢେଙ୍କାନାଳ,୫।୪(ବ୍ୟୁରୋ): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ଭୋଟ ଗଣତି ଶେଷ ହୋଇଛି। ଚଳିତ ନିର୍ବାଚନରେ ବିଜେଡି ନଗରପାଳ ପଦ ସହ ମୋଟ ୧୬ କାଉନସିଲର ପଦବୀ ମଧ୍ୟରୁ ୧୧ଟି ୱାର୍ଡରେ ବିଜୟୀ ହୋଇଛି । ଏଥି ସହ ବିଜେଡିି ଏନ୍‌ଏସି ଦଖଲ କରିଛି । ଭାଜପାକୁ ୫ଟି ଆସନ ମିଳିଛି । ବିଜେଡି ପ୍ରାର୍ଥୀ କେଶବ ଚନ୍ଦ୍ର ପ୍ରଧାନ ୪୩୪୭ ଖଣ୍ଡ ଭୋଟ ପାଇଥିଲା ବେଳେ ଭାଜପା ପ୍ରାର୍ଥୀ ଶୋଭାଗିନି ପ୍ରଧାନ ୩୯୨୩ ଖଣ୍ଡ ଭୋଟ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ରୀତା ପଲେଇ ୨୧୯ ଖଣ୍ଡ ଭୋଟ ପାଇଥିଲେ। ନୋଟାକୁ ୧୫୧ ଖଣ୍ଡ ଭୋଟମିଳିଛି। ବିଜେଡିର କେଶବ ଚନ୍ଦ୍ର ପ୍ରଧାନ ହିନ୍ଦେଳ ଏନ୍‌଼ଏସିର ନୂତନ ନଗରପାଳ ପଦବୀ ହାସଲ କରିଛନ୍ତି । ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ, ହିନ୍ଦୋଳ ବିଧାୟିକା ସିମାରାଣୀ ନାୟକ ନବନିର୍ବାଚିତ ନଗରପାଳ ଓ କାଉନସିଲର ପ୍ରାର୍ଥୀ ମାନଙ୍କୁ ଶୁଭେଚ୍ଛା ଜଣାଛନ୍ତି। ପରେ ବିଜେଡି ନେତୃବୃନ୍ଦ ବିଜୟ ଶୋଭାଯାତ୍ରାରେ ଯାଇ ଏନଏସି ଅଞ୍ଚଳ ପରିକ୍ରମା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri