ଭାଜପା ନେତ୍ରୀଙ୍କୁ ଅପମାନିତ କରୁଛି ବିଜେଡି: ଭାଜପା

ଭୁବନେଶ୍ୱର, ୮।୭(ବ୍ୟୁରୋ): ବିଜେଡି ଶାସନରେ ରାଜ୍ୟର ମହିଳାମାନେ ଆଦୌ ସୁରକ୍ଷିତ ନୁହନ୍ତି। ସୋସିଆଲ ମିଡିଆର ଅପବ୍ୟବହାର କରି ବର୍ତ୍ତମାନ ନୂତନ କୌଶଳ ଆପଣାଇ ନାରୀମାନଙ୍କୁ ଅସମ୍ମାନ କରାଯାଉଛି। ରାଜନୈତିକ ଅଭିସନ୍ଧି ରଖି ଭାଜପାର ଅନେକ ନେତ୍ରୀମାନଙ୍କୁ ସୋସିଆଲ ମିଡିଆ ଜରିଆରେ କଦର୍ଯ୍ୟ ଭାଷା ବ୍ୟବହାର ସହ ଅପମାନିତ କରାଯାଉଥିବା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ଅଭିଯୋଗ କରିଛନ୍ତି। ସ୍ମୃତି କହିଛନ୍ତି, ଏହା କ’ଣ ବିଜେଡିର ମା’ଙ୍କୁ ସମ୍ମାନ। ଦଳ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ବିଜେଡି ଆଇଟି ସେଲ୍‌ କାର୍ଯ୍ୟକର୍ତ୍ତାମାନେ ଅପଶଦ୍ଦ ଏବଂ ଅଭଦ୍ର ଭାଷା ପ୍ରୟୋଗ କରୁଛନ୍ତି। ମୁଖ୍ୟମନ୍ତ୍ରୀ ସବୁ ଜାଣି ମଧ୍ୟ ଏହାକୁ କିପରି ପ୍ରୋତ୍ସାହନ ଦେଉଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ବିଜେଡିର ଆଇଟି ସେଲ୍‌ ଦ୍ୱାରା ଲେଖାଶ୍ରୀଙ୍କ ପ୍ରସଙ୍ଗରେ ବିଭିନ୍ନ ସମୟରେ ଅଶାଳୀନ ଓ ଅଭଦ୍ର ଭାଷା ପ୍ରୟୋଗ କରି ସାମାଜିକ ଗଣମାଧ୍ୟମରେ ପ୍ରକାଶ କରୁଛନ୍ତି। ଆମେ ଏହାକୁ ନେଇ ସାଇବର ଥାନାରେ ଜୁନ୍‌ ୩୦ରେ ମାମଲା ରୁଜୁ ସହ କ୍ୟାପିଟାଲ ଥାନାରେ ଏତଲା ଦେଇଥିଲୁ। ପୋଲିସ ନିକଟରେ ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri