ଭାଙ୍ଗୁଛି ବିଜେଡି! ବଡ଼ ଷଡଯନ୍ତ୍ର

ଭୁବନେଶ୍ୱର,୧।୮: ବିଜେଡିର ପୂର୍ବତନ ରାଜ୍ୟ ସଭା ଏମପି ମମତା ମହାନ୍ତଙ୍କ ଇସ୍ତଫାକୁ ନେଇ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ମମତା ରାଜ୍ୟ ସଭା ଏମପି ପଦ ସହ ବିଜେଡିରୁ ବି ଇସ୍ତଫା ଦେଇଛନ୍ତି। ତେବେ ତାଙ୍କ ଇସ୍ତଫାକୁ ନେଇ ବଡ଼ ଷଡଯନ୍ତ୍ର ହୋଇଛି ବୋଲି ବିଜେଡିର ବରିଷ୍ଠ ନେତାମାନେ ଦାବି କରିଛନ୍ତି। ଏବେ ମମତାଙ୍କ ଆଗାମୀ ଯୋଜନା ଉପରେ ସମସ୍ତଙ୍କ ନଜର ରହିଛି। ଆଲୋଚନା ହେଉଛି କି, ସେ ଭାଜପାରେ ଯୋଗ ଦେଇ ପାରନ୍ତି।

ରାଜ୍ୟ ସଭା ସଦସ୍ୟ ପଦରୁ ବିଜେଡି ନେତ୍ରୀ ମମତା ମହାନ୍ତ ଇସ୍ତଫା ଦେବା ଅନେକଙ୍କୁ ଚକିତ କରିଛି। ଏହା ପଛରେ ଭିତିରି ଷଡ଼ଯନ୍ତ୍ର ହୋଇଥିବା ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ମମତା ହେଉଛନ୍ତି ମୟୂରଭଞ୍ଜ ଜିଲା କୁଡୁମୀ ସମ୍ପ୍ରଦାୟର ଜଣେ ଟାଣୁଆ ନେତ୍ରୀ। ଗତ ବିଧାନସଭା ନିର୍ବାଚନରେ ମୟୂରଭଞ୍ଜ ଜିଲାରେ ବିଜେଡିର ଶୋଚନୀୟ ପରାଜୟକୁ ଦୃଷ୍ଟିରେ ରଖି ଦଳର ଜଣେ ପ୍ରଭାବଶାଳୀ ନେତା କୁଆଡ଼େ ମମତାଙ୍କ ଉପରେ ଅସନ୍ତୁଷ୍ଟ ଥିଲେ। ତେଣୁ ତାଙ୍କ ଚାପରେ ମମତା ଇସ୍ତଫା ଦେଇଥାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ରାଜ୍ୟ ସଭାରେ ଓଡ଼ିଶାର ୧୦ ଆସନ ମଧ୍ୟରୁ ବିଜେଡି ୯ ଏବଂ ଭାଜପାର ଜଣେ ସଦସ୍ୟ ରହିଥିଲେ। ମମତାଙ୍କ ଇସ୍ତଫା ପରେ ପାର୍ଲାମେଣ୍ଟର ଉଚ୍ଚ ସଦନରେ ବିଜେଡିର ସଦସ୍ୟ ସଂଖ୍ୟା ୮କୁ ଖସିଆସିଛି। ଷଡ଼ଯନ୍ତ୍ର କରି ବିଜେଡିକୁ ରାଜ୍ୟ ସଭାରେ ଧୀରେ ଧୀରେ ଦୁର୍ବଳ କରିଦେବା ଉକ୍ତ ନେତାଙ୍କ ଉଦ୍ଦେଶ୍ୟ ବୋଲି କୁହାଯାଉଛି। କାରଣ ମମତାଙ୍କ ଆସନରେ ନିର୍ବାଚନ ହେଲେ ଓଡ଼ିଶା ବିଧାନସଭାରେ ଦଳୀୟ ସଂଖ୍ୟା ଦୃଷ୍ଟିରୁ ତାହା ଭାଜପା ହାତକୁ ଚାଲିଯିବ। ଗତ ଲୋକ ସଭା ନିର୍ବାଚନରେ ବିଜେଡି କୌଣସି ଆସନରେ ଜିତି ନ ପାରିବା ଦଳ ପାଇଁ ଝଟକା ଥିଲା। ଏବେ ରାଜ୍ୟ ସଭାରେ ଗୋଟିଏ ଆସନ ହରାଇବା ଦ୍ୱାରା ଦିଲ୍ଲୀରେ ବିଜେଡିର ଉପସ୍ଥିତି ହ୍ରାସ ପାଇବ ବୋଲି କୁହାଯାଉଛି।

ତେବେ ଏହାକୁ ନେଇ ଭାଜପାର ବରିଷ୍ଠ ନେତା ବିଶେଶ୍ବର ଟୁଡୁ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ମମତାଙ୍କୁ ଭାଜପା ଭଲ ଲାଗିଲେ, ସେ ଆସିପାରନ୍ତି। ମମତା ଭାଜପାକୁ ଆସିଲେ, ଆମେ ତାଙ୍କୁ ସ୍ବାଗତ କରିବୁ। ଦଳ ନିଜ ଲୋକଙ୍କୁ ନପଚାରିବାରୁ ସେ ଛାଡ଼ି ଥାଇପାରନ୍ତି। ବିଜେଡିକୁ ଭାଙ୍ଗିବାରେ ଭାଜପାର କୌଣସି ହାତ ନାହିଁ। ଦଳ ମୋତେ ଟିକେଟ ଦେଲାନି ତଥାପି ବି ମୁଁ କାମ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri