ରାଜ୍ୟର ସ୍ବାର୍ଥ ରକ୍ଷା ପାଇଁ ସଂଗ୍ରାମ କରୁଛି ବିଜେଡି: ସଞ୍ଜୟ

ଭଦ୍ରକ,୩।୧(ସନାତନ ରାଉତ): କୃଷି, ଜଳସେଚନ, ଗମନାଗମନ, ସ୍ବାସ୍ଥ୍ୟ, ଶିକ୍ଷା, ରେଳ ବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାକୁ ହକ୍‌ ପ୍ରଦାନ ଓ ରାଜ୍ୟ ସ୍ବାର୍ଥ ରକ୍ଷା ପାଇଁ ବିଜେଡି ସବୁବେଳେ ସଂଗ୍ରାମ ଜାରି ରଖିଛି ବୋଲି ମଙ୍ଗଳବାର ଭଦ୍ରକସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ ଜିଲା ପର୍ଯ୍ୟବେକ୍ଷକ ସଞ୍ଜୟ ଦାସବର୍ମା କହିଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରୁ ବଞ୍ଚତ୍ତ ଥିବା ହିତାଧିକାରୀମାନଙ୍କ ପାଇଁ ଖୋଲାଯାଇଥିବା ବିଏସ୍‌କେୱାଇ ନବୀନ କାର୍ଡ ପୋର୍ଟାଲରେ ଆବେଦନ କରିପାରିବେ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉତ୍ସବ ପାଇଁ ରାଜ୍ୟର ପ୍ରତ୍ୟେକ ଘରୁ ଗୁଆ, ଅରୁଆ ଚାଉଳ ସଂଗ୍ରହ କରି ଛତିଶା ନିଯୋଗରେ ସମର୍ପଣ କରାଯିବ ବୋଲି ସେ ପ୍ରକାଶ କରିଥିଲେ।
ଜିଲାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ବ୍ୟୟବରାଦର ହିସାବ ମଧ୍ୟ ସେ ଦେଇଥିଲେ। ଧାମନଗରଠାରେ ବୈତରଣୀ ନଦୀରେ କୋଚିଳା ବ୍ୟାରେଜ ପ୍ରତିଷ୍ଠା ପାଇଁ ୪ ଶହ କୋଟି ଟଙ୍କା, ଧାମନଗର ଛକ ଓ ଧାମରାଠାରେ ୨ ହଜାର ଏକର ଜମିରେ ଶିଳ୍ପାୟନ ପ୍ରତିଷ୍ଠା, ଚାନ୍ଦବାଲି ଧନକଣିଆଠାରେ ସେତୁ ନିର୍ମାଣ ପାଇଁ ୮୦ କୋଟି, ପଞ୍ଚୁଟିକିରି ସେତୁ ନିର୍ମାଣ ଲାଗି ୫୦ କୋଟି, ଆଖଣ୍ଡଳମଣି ପୀଠ ଉନ୍ନତୀକରଣ ନିମନ୍ତେ ୫୦ କୋଟି ଟଙ୍କା ସମେତ ଜିଲାକୁ ମିଳିଥିବା ଅନୁଦାନ ନେଇ ସେ ସୂଚନା ପ୍ରଦାନ କରିଥିଲେ। ଭଦ୍ରକର ମୁଖ୍ୟ ଦାବି ମେଡିକାଲ କଲେଜ ଓ ଭଦ୍ରକ କଲେଜକୁ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ନେଇ ପ୍ରଶ୍ନର ଉତ୍ତରରେ ପର୍ଯ୍ୟବେକ୍ଷକ କହିଥିଲେ, ଭଦ୍ରକ ଏରିୟା ହସ୍ପିଟାଲ ପାଇଁ ୨ଶହ କୋଟି ଟଙ୍କା ଅନୁଦାନ ଦିଆଯାଇଛି ଏବଂ ପିପିପି ମୋଡ୍‌ରେ ମେଡିକାଲ ପ୍ରତିଷ୍ଠା ଲାଗି ଆଦାନୀ ସହ ଚୁକ୍ତି ହୋଇଛି। ଏହି ଦାବି ରାଜ୍ୟ ସରକାରଙ୍କ ପାଖରେ ଉପସ୍ଥାପନ କରାଯିବ ବୋଲି ସେ କହିଥିଲେ। ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଜିଲା ସଭାପତି ଜଗନ୍ନାଥ ସ୍ବାଇଁ, ଜିଲା ପରିଷଦ ସଭାପତି ପ୍ରଫୁଲ୍ଲ ଯେନା, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସହ ଦଳୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri