ଗୁଲମକ୍କି ଦଳକୁ ଆସିବା ପରେ ଶକ୍ତିଶାଳୀ ହେଉଛି ବିଜେଡି

ଭୁବନେଶ୍ୱର,୧୦ା୪(ଅନିଲ ଦାସ):ଭଦ୍ରକ ପୌରପାଳିକାର ପୌରାଧ୍ୟକ୍ଷା ଗୁଲମକ୍କି ହବିବଙ୍କ ସମେତ ଶତାଧିକ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ଭଦ୍ରକ ଜିଲା ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର ଦାସବର୍ମା, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ, ଡକ୍ଟର ସସ୍ମିତ ପାତ୍ର, ଭଦ୍ରକ ଲୋକ ସଭା ସଦସ୍ୟ ମଞ୍ଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।
୨୦୨୨ ପୌର ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ଗୁଲମକ୍କି ଦଲୱାଜି ହବିବ ନିର୍ବାଚିତ ହୋଇଥିଲେ ା ଦଳରେ ସାମିଲ ହୋଇଥିବା ଗୁଲମକ୍କିଙ୍କ ସହ ଶତାଧିକ କର୍ମୀଙ୍କୁ ବିଜେଡି ନେତାମାନେ ଉପଢୌକନ ଦେଇ ସ୍ବାଗତ କରିଛନ୍ତି। ଦଳରେ ଯୋଗଦାନ ଫଳରେ ବିଶେଷକରି ଭଦ୍ରକ ନିର୍ବାଚନମଣ୍ଡଳୀରେ ଦଳୀୟ ସଙ୍ଗଠନ ଆହୁରି ମଜଭୁତ ହେବ ବୋଲି ସେମାନେ କହିଛନ୍ତି। ଏହି ଅବସରରେ ବିଜେଡିରେ ସାମିଲ ହୋଇଥିବା ଗୁଲମକ୍କି କହିଛନ୍ତି, ସ୍ବାଧୀନ ଭାବେ ଲଢ଼ି ମଧ୍ୟ ବିଜେଡିକୁ କେବେ ବିରୋଧ କରିନାହୁଁ ା ନବୀନ ପଟ୍ଟନାୟକ ଓ ବିଜୁବାବୁଙ୍କୁ ଆଦର୍ଶ ଭାବି ନିର୍ବାଚନ ଲଢ଼ିଛୁ ା ନବୀନବାବୁଙ୍କ ହାତମୁଠା ଟାଣ କରିବୁ ା ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରିବାକୁ ପ୍ରୟାସ କରିବୁ ା ଭଦ୍ରକ ପୌରପାଳିକାକୁ ଆହୁରି ଆଗକୁ ନେବାକୁ ପ୍ରୟାସ କରିବୁ ା
ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତିଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ବଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଥିବା ସେ କହିଛନ୍ତି। ଦଳ ତାଙ୍କୁ ଓ ତାଙ୍କ ସହଯୋଗ ଦେଇଥିବା ସମସ୍ତ କର୍ମୀଙ୍କୁ ଗ୍ରହଣ କରିଥିବାରୁ ସେ ମୁଖ୍ୟମନ୍ତ୍ରୀ, ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ଭଦ୍ରକ ଜିଲା ସଭାପତି ଜଗନ୍ନାଥ ସ୍ବାଇଁ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri